www.samajalive.in
Saturday, December 6, 2025
19.1 C
Bhubaneswar

ବିଜେପିରେ ସାମିଲ ହେଲେ ବିଜେଡି ରାଜ୍ୟ ଯୁବ ସାଧାରଣ ସମ୍ପାଦକ

କେନ୍ଦୁଝରଗଡ଼: ଜିଲା ବିଜେପି କାର୍ଯ୍ୟାଳୟରେ ଶୁକ୍ରବାର ପୂର୍ବାହ୍ନରେ ଅନୁଷ୍ଠିତ ମିଶ୍ରଣପର୍ବରେ ବିଜେଡି ଯୁବ ରାଜ୍ୟ ସାଧାରଣ ସମ୍ପାଦକ ଅଞ୍ଜନ କୁମାର ବେଜଙ୍କ ସମେତ ତାଙ୍କର ବହୁ ସମର୍ଥକ ବିଜେପିରେ ଯୋଗ ଦେଇଛନ୍ତି। କେନ୍ଦ୍ର ଖଣି ଓ ଇସ୍ପାତ ମନ୍ତ୍ରୀ ଫଗନ ସିଂ କୁଲସ୍ତେ, ରାଜ୍ୟସଭା ସାଂସଦ ଚୁନିଲାଲ ଗୋରାସିଆ, ଜିଲା ସଭାପତି ଅଂଶୁମାନ ସବୁଜ ମହାନ୍ତବର୍ମା ଓ ବିଜେପିର ସଦର ବିଧାୟକ ପ୍ରାର୍ଥୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ବିଜେଡି ରାଜ୍ୟ ଯୁବ ସାଧାରଣ ସମ୍ପାଦକ ଅଞ୍ଜନ କୁମାର ବେଜ, ସମାଜସେବୀ ତଥା ଶିଳ୍ପପତି ମୃତ୍ୟୁଞ୍ଜୟ ସାହୁ, ଯୁବନେତା ଅକ୍ଷୟ ବେହେରା, ସମାଜସେବୀ ଦେବରାଜ କାରୁଆଙ୍କ ସମେତ ଶତାଧିକ ବିଜେଡିକର୍ମୀ ବିଜେପିରେ ଯୋଗ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣୀତ ହୋଇ ସେମାନେ ବିଜେପିରେ ମିଶିଥିବା କହିଛନ୍ତି। କେନ୍ଦ୍ରମନ୍ତ୍ରୀ ଶ୍ରୀ କୁଲସ୍ତେ ଓ ବିଧାୟକ ପ୍ରାର୍ଥୀ ଶ୍ରୀ ମାଝୀ ଏହି ସମସ୍ତ ନେତା ଓ କର୍ମୀଙ୍କୁ ଦଳୀୟ ଟୋପି ଓ ଉତ୍ତରୀୟ ପିନ୍ଧାଇ ସ୍ୱାଗତ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଜେପି ଜିଲା ସାଧାରଣ ସମ୍ପାଦକ ଶୁକଦେବ ମହାନ୍ତ, ଜିଲା ଉପସଭାପତି ଗୋପୀନାଥ ରାମ, ଗଣେଶ୍ୱର ମହାନ୍ତ, କେନ୍ଦୁଝର ନଗର ସଭାପତି ବିଶ୍ୱଜିତ ତ୍ରିପାଠୀ, ପଛୁଆବର୍ଗ ଜିଲା ସଭାପତି ଲକ୍ଷ୍ମଣ ରାଉତଙ୍କ ସମେତ ଅନେକ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ। କେନ୍ଦୁଝର ସଦର ନିର୍ବାଚନମଣ୍ଡଳୀ ସଂଯୋଜକ ବିବେକାନନ୍ଦ ମହାନ୍ତ ମଞ୍ଚ ପରିଚାଳନା କରିଥିବାବେଳେ ବିଜେଡିର ଏହି ଯୁବନେତାଙ୍କ ଦଳରେ ମିଶ୍ରଣ ପରେ ଦଳ ସଦର ନିର୍ବାଚନମଣ୍ଡଳୀରେ ଆହୁରି ଅଧିକ ଶକ୍ତିଶାଳୀ ହେବ ବୋଲି ବିଧାୟକ ପ୍ରାର୍ଥୀ ଶ୍ରୀ ମାଝୀ ଏହା କହିଛନ୍ତି।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories