www.samajalive.in
Thursday, December 11, 2025
26.1 C
Bhubaneswar

କେନ୍ଦୁଝରରେ ଗଡିଲା ଲକ୍ଷ୍ମୀ ବସ୍‍

କେନ୍ଦୁଝରଗଡ଼: ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର କେନ୍ଦୁଝର ଜିଲାରେ ଲକ୍ଷ୍ମୀ ବସ୍‍ ଯୋଜନାର ଶୁଭାରମ୍ଭ କରିଛନ୍ତି। ମୋ ସରକାର ହେଉଛି ଲୋକଙ୍କ ସରକାର, ଲୋକଙ୍କ ଇଛାକୁ ସମ୍ମାନ ଜଣାଇ ଓଡିଶା ସରକାର ଯୋଜନା କରନ୍ତି। ଲୋକଙ୍କ ପ୍ରସ୍ତାବକୁ ଅନୁଶୀଳନ କରି ଗାଁ ଲୋକଙ୍କ ଯୋଗାଯୋଗ ସମସ୍ୟା ଦୂର କରିବା ପାଇଁ ଲକ୍ଷ୍ମୀ ବସ୍‍ ଯୋଜନା କାର୍ଯ୍ୟକାରୀ କରାଯାଇଥିବା ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି। ଲକ୍ଷ୍ମୀ ବସ୍‍ ଆମ ଜୀବନକୁ ସହଜ କରିଛି। ଗାଁର ଅର୍ଥନୀତିକୁ ମଜବୁତ କରିବା ଆମର ଲକ୍ଷ୍ୟ, ଲକ୍ଷ୍ମୀ ବସ୍‍ ଏଥିରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଉଦ୍‍ଘାଟନ ଅବସରରେ ଏହା କହିଥିଲେ। ପଞ୍ଚାୟତକୁ ବିକାଶର କେନ୍ଦ୍ର କରିବା ଆମର ଲକ୍ଷ୍ୟ ଏହି ବସ୍‍ ସେବା ଆରମ୍ଭ ହୋଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।

ଲକ୍ଷ୍ମୀ ବସ୍‍ ଲୋକଙ୍କୁ ଲୋକଙ୍କ ସହ ଯୋଡିବା, ସାମାଜିକ ଓ ଆର୍ଥୀକ ଜୀବନକୁ ମଜବୁତ କରିବା, ଛାତ୍ରଛାତ୍ରୀ ସୁବିଧାରେ ସ୍କୁଲ କଲେଜ ପହଞ୍ଚିବା ଏବଂ ଚାଷୀଙ୍କୁ ମାର୍କେଟ୍‍ ସହିତ ଯୋଡିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକଟ କରିଥିଲେ। ଏହି ଯୋଜନାରେ ମା’ମାନେ, ଛାତ୍ରଛାତ୍ରୀ ଓ ଦିବ୍ୟାଙ୍ଗ ମାତ୍ର ୫ଟଙ୍କା ଭଡା ଦେଇ ଏହି ବସ୍‍ରେ ଯାତାୟାତ କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏଥିସହ ଏହାର ପରିଚାଳନା ଦାୟିତ୍ୱ ମିଶନ ଶକ୍ତି ମା’ମାନଙ୍କ ଦ୍ୱାରା କରାଯିବାକୁ ଥିବାରୁ ଏଥିରେ ସମସ୍ତେ ସହଯୋଗ କରିବାକୁ ଅନୁରୋଧ କରିଥିଲେ। ୫ଟି ଏବଂ ଆମ ଓଡିଶା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ ନିକଟରେ କେନ୍ଦୁଝର ଗସ୍ତରେ ଆସିଥିବା ବେଳେ ମଧୁବାବୁ ପେନସନ ଯୋଜନାରେ ରାଶି ବୃଦ୍ଧି ପାଇଁ ମା’ମାନେ ଅନୁରୋଧ କରିଥିଲେ। ମା’ମାନଙ୍କ ଅନୁରୋଧକୁ ରକ୍ଷାକରି ମଧୁବାବୁ ପେନସନ ଯୋଜନାର ରାଶିକୁ ବୃଦ୍ଧି କରିଥିବା ଶ୍ରୀ ପାଣ୍ଡିଆନ କହିଥିଲେ।

- Advertisement -

ଏତଦ୍‍ବ୍ୟତୀତ ମିଶନ ଶକ୍ତି ମା’ମାନଙ୍କ ପାଇଁ ଅଧିକ ୫ଲକ୍ଷ ଟଙ୍କା ଋଣ ବ୍ୟବସ୍ଥାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ବ୍ୟବସ୍ଥା କରିଥିବା ଶ୍ରୀ ପାଣ୍ଡିଆନ ଏହି ଅବସରରେ ସୂଚନା ଦେଇ ଏହା କହିଛନ୍ତି। କେନ୍ଦୁଝର ଠାରେ ଧରଣୀଧର ଭେଷଜ ଚିକିତ୍ସାଳୟ ଓ ମହାବିଦ୍ୟାଳୟ ସମ୍ମୁଖ ପଡିଆରେ ଏହି ଉପଲକ୍ଷେ ଆୟୋଜିତ ସଭାରେ ଲୋକସଭା ସଦସ୍ୟା ସୁଶ୍ରୀ ଚନ୍ଦ୍ରାଣୀ ମୁର୍ମୁ, ଜିଲା ଯୋଜନା ବୋର୍ଡ ଅଧ୍ୟକ୍ଷ ତଥା ପାଟଣା ବିଧାୟକ ଜଗନ୍ନାଥ ନାଏକ, ଘସିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ର, ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ, ଚମ୍ପୁଆ ବିଧାୟିକା ମିନାକ୍ଷୀ ମହାନ୍ତ, ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ସୁଶ୍ରୀ ଲକ୍ଷ୍ମୀ ନାଏକ, ଜିଲାପରିଷଦ ସଭାପତି ସାଗରିକା ସାହୁ, କେନ୍ଦୁଝରଗଡ ଉପନଗରପାଳ ବରଦା ପ୍ରସନ୍ନ ଦାସ, ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ ଓ ଜିଲାପାଳ ବିଶାଲ ସିଂହ ପ୍ରମୁଖ ଉପସ୍ଥିତ ରହି ପ୍ରଥମ ପର୍ଯ୍ୟାୟରେ ୨୫ଟି ବସ୍‍ ମଧ୍ୟରୁ ୧୧ଟି ବସ୍‍ର ଚଳାଚଳ ଶୁଭାରମ୍ଭ କରିଥିଲେ।

Hot this week

ନୂଆ ମ୍ୟୁଜିକାଲ ୟୁଟ୍ୟୁବ୍ ଚ୍ୟାନେଲ ‘ଆନନ୍ଦ ନିର୍ଝର’ର ଶୁଭାରମ୍ଭ

ଭୁବନେଶ୍ୱର: ନୂଆ ମ୍ୟୁଜିକାଲ୍ ୟୁଟ୍ୟୁବ୍ ଚ୍ୟାନେଲ 'ଆନନ୍ଦ ନିର୍ଝର'ର ଶୁଭାରମ୍ଭ ଉତ୍ସବ...

ଆମେରିକା, କୋରିଆ, ଜାପାନ… ସମସ୍ତଙ୍କୁ ପଛରେ ପକାଇ, ରେଳବାଇରେ ଭାରତ କିପରି ସଫଳ ହେଲା ?

ନୂଆଦିଲ୍ଲୀ: ଗତ ୭୫ ବର୍ଷ ମଧ୍ୟରେ ଭାରତ ରେଳ ବିଦ୍ୟୁତୀକରଣରେ ଉଲ୍ଲେଖନୀୟ...

ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲା: ଷଡ଼ଯନ୍ତ୍ରକାରୀ ଉମର ଖଲିଦକୁ ଅନ୍ତରୀଣ ଜାମିନ

ସମାଜଲାଇଭ ଡେସ୍କ: ୨୦୨୦ ଉତ୍ତର-ପୂର୍ବ ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲାର ଅଭିଯୁକ୍ତ...

ପାଚିଲା କଦଳୀରୁ ପୁଷ୍ଟିକର ଖାଦ୍ୟ ପିଲାଙ୍କୁ ଦିଅନ୍ତୁ

କଦଳୀକୁ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତ କରିବା ପାଇଁ ବ୍ୟବହାର କରାଯାଇପାରିବ।...

୨୦୨୬ରେ ଶନିଙ୍କ ପ୍ରଭାବ: ଏହି ରାଶିରେ ବଦଳିବ ଭାଗ୍ୟ

ସମାଜ ଡିଜିଟାଲ ଡେସ୍କ: ନଅଟି ଗ୍ରହ ମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ...

Related Articles

Popular Categories