www.samajalive.in
Thursday, December 11, 2025
26.1 C
Bhubaneswar

ଜନଜାତିଙ୍କ କଳା ଓ ସଂସ୍କୃତିକୁ ସମୃଦ୍ଧ କରିଛି ‘ଆଦି’ ମହୋତ୍ସବ 

କେନ୍ଦୁଝରଗଡ: କେନ୍ଦୁଝର ଠାରେ ଶନିବାର ଉଦ୍‍ଘାଟିତ ହୋଇଥିବା ‘ଆଦି’ ମହୋତ୍ସବ ରବିବାର ଦ୍ୱିତୀୟ ଦିବସରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ରାଜ୍ୟ ଉପଦେଷ୍ଟା ତଥା ପୂର୍ବତନ ସାଂସଦ ପ୍ରଦୀପ ମାଝୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହି ମହୋତ୍ସବ ଜ୍ନଜାତିଙ୍କ କଳା ଓ ସଂସ୍କୃତିକୁ ସମୃଦ୍ଧ କରିବାରେ ବେଶ୍‍ ସହାୟକ ହୋଇପାରିଛି ବୋଲି କହିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅହରହ ଚିନ୍ତା କରନ୍ତି ଓ ୫ଟି ଜରିଆରେ ବିଭିନ୍ନ ଆଦିବାସୀ ବିଦ୍ୟାଳୟ ରୂପାନ୍ତରଣ ହେଉଛି। ଆଦିବାସୀଙ୍କ ଶାଳ ଘର, କମ୍ୟୁନିଟି ହଲ ଗୁଡ଼ିକର ରକ୍ଷଣବେକ୍ଷଣ ମଧ୍ୟ କରାଯାଉଛି ବୋଲି ମୁଖ୍ୟଅତିଥି ଶ୍ରୀ ମାଝୀ କହିଥିଲେ।

ଲୋକସଭା ସଦସ୍ୟା ସୁଶ୍ରୀ ଚନ୍ଦ୍ରାଣୀ ମୁର୍ମୁ, ଜିଲା ଯୋଜନା ବୋର୍ଡ ଅଧ୍ୟକ୍ଷ ତଥା ପାଟଣା ବିଧାୟକ ଜଗନ୍ନାଥ ନାଏକ, ସ୍ୱତନ୍ତ୍ର ଉନ୍ନୟନ ପରିଷଦ କେନ୍ଦୁଝରର ଅଧ୍ୟକ୍ଷା ସୁଶ୍ରୀ ଲକ୍ଷ୍ମୀ ନାଏକ ଓ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା କେନ୍ଦୁଝରର ପ୍ରକଳ୍ପ ପ୍ରଶାସକ ତପନ କୁମାର ନାଏକ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ନିଜ ନିଜ ବକ୍ତବ୍ୟ ପ୍ରଦରାନ କରିଥିଲେ।

- Advertisement -

ପ୍ରାରମ୍ଭରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଉପାଧ୍ୟକ୍ଷ ନାରାୟଣ ପୂର୍ତ୍ତି ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ କେନ୍ଦୁଝରର ଅଧ୍ୟକ୍ଷା ସୁଶ୍ରୀ ନାଏକ ନିଜ ବକ୍ତବ୍ୟରେ ରାଜ୍ୟ ସରକାରଙ୍କ ଏଭଳି ପ୍ରୟାସ ଯୋଗୁଁ ଆଦିବାସୀ କଳା ଓ ସଂସ୍କୃତିର ପ୍ରଚାର ପ୍ରସାର ହୋଇପାରିଛି ବୋଲି କହିଥିଲେ। ଆଦିବାସୀ ଛାତ୍ରଛାତ୍ରୀଙ୍କ ପାଇଁ ରାଜ୍ୟ ସରକାର ଲାଗୁ କରିଥିବା ବିଭିନ୍ନ ଲୋକାଭିମୁଖୀ ଯୋଜନା ସମ୍ପର୍କରେ ପାଟଣା ବିଧାୟକ ଶ୍ରୀ ନାଏକ କହିଥିଲେ। ବିଭିନ୍ନ ଆଦିବାସୀ ସମ୍ପ୍ରଦାୟଙ୍କୁ ରାଜ୍ୟ ସରକାର ପ୍ରଦାନ କରିଥିବା ଜଙ୍ଗଲ ଜମି ଅଧିକାର ସମ୍ପର୍କରେ ସାଂସଦ ସୁଶ୍ରୀ ମୁର୍ମୁ ଆଲୋକପାତ୍ କରିଥିଲେ।

ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ଚମ୍ପୁଆର ପ୍ରକଳ୍ପ ପ୍ରଶାସିକା ଶ୍ରୀମତୀ ମଲ୍ଲିକ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ଜନଜାତିଙ୍କ ପାରମ୍ପରିକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ପରେ ଅନ୍ତରା ଚକ୍ରବର୍ତ୍ତୀ ଓ ତାଙ୍କ ଟ୍ରୁପ୍, ସିନେ ତାରକା ଶୈଲେନ୍ଦ୍ର ସାମନ୍ତରାୟଙ୍କ ନୃତ୍ୟ ଏବଂ ନନସେନ୍ସ ମଣିଙ୍କ ହାସ୍ୟାଭିନୟ ଉପସ୍ଥିତ ଜନତାଙ୍କୁ ମ୍‍ତ୍ରମୁଗ୍ଧ କରିଥିଲା। ଆଦି ମହୋତ୍ସବ ତତୃୀୟ ଦିନ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟଠାରୁ ଏକ ଗଣଦୌଡ ଆରମ୍ଭ ହୋଇ ବଳଦେବଜୀଉ ମନ୍ଦିର ଠାରେ ସମାପ୍ତ ହେବ। ଏହି ପ୍ରତିଯୋଗିତାରେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା କୃତି ପ୍ରତିଯୋଗୀଙ୍କୁ ସମ୍ମାନିତ କରାଯିବା ସହ ଆର୍ଥିକ ରାଶି ପ୍ରଦାନ କରାଯିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି।

Hot this week

ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲା: ଷଡ଼ଯନ୍ତ୍ରକାରୀ ଉମର ଖଲିଦକୁ ଅନ୍ତରୀଣ ଜାମିନ

ସମାଜଲାଇଭ ଡେସ୍କ: ୨୦୨୦ ଉତ୍ତର-ପୂର୍ବ ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲାର ଅଭିଯୁକ୍ତ...

ପାଚିଲା କଦଳୀରୁ ପୁଷ୍ଟିକର ଖାଦ୍ୟ ପିଲାଙ୍କୁ ଦିଅନ୍ତୁ

କଦଳୀକୁ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତ କରିବା ପାଇଁ ବ୍ୟବହାର କରାଯାଇପାରିବ।...

୨୦୨୬ରେ ଶନିଙ୍କ ପ୍ରଭାବ: ଏହି ରାଶିରେ ବଦଳିବ ଭାଗ୍ୟ

ସମାଜ ଡିଜିଟାଲ ଡେସ୍କ: ନଅଟି ଗ୍ରହ ମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ...

ପାକିସ୍ତାନର ପୂର୍ବତନ ଆଇଏସଆଇ ମୁଖ୍ୟଙ୍କୁ ୧୪ ବର୍ଷ ଜେଲ ଦଣ୍ଡ

ସମାଜଲାଇଭ ଡେସ୍କ: ପାକିସ୍ତାନୀ ଗୁଇନ୍ଦା ସଂସ୍ଥା(ଆଇଏସଆଇ)ର ପୂର୍ବତନ ମୁଖ୍ୟ ବା ମହାନିର୍ଦେଶକ...

ଶୀତଦିନେ ରୂପି ହେଉଛି କି? କଣ କରିବେ ଜାଣନ୍ତୁ

ଶୀତ ଋତୁରେ ରୂପି ହେବା ଏକ ସାଧାରଣ ଘଟଣା। ଅନେକ ଲୋକ...

Related Articles

Popular Categories