www.samajalive.in
Sunday, December 7, 2025
26.1 C
Bhubaneswar

ଜିଲାସ୍ତରୀୟ ମିଳିତ ଅଭିଯୋଗଶୁଣାଣୀ, ୫୨ ଅଭିଯୋଗର ତ୍ୱରିତ ଫଇସଲା

କେନ୍ଦୁଝରଗଡ: ଜିଲାପାଳ ବିଶାଲ ସିଂହଙ୍କ ଅଧ୍ୟକ୍ଷତାରେ ସୋମବାର ଦରବାରହଲଠାରେ ସାଧାରଣ ଅଭିଯୋଗଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୋଟ ୨୨୬ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୫୨ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ସମୁଦାୟ ଅଭିଯୋଗ ମଧ୍ୟରୁ ୨୮ଟି ଅଭିଯୋଗ ଗୋଷ୍ଠୀ ଓ ଗ୍ରାମ୍ୟ ସମସ୍ୟାମୂଳକ ହୋଇଥିବାବେଳେ ୧୯୮ଟି ଅଭିଯୋଗ ବ୍ୟକ୍ତିଗତ ସମସ୍ୟା ଉପରେ ପର୍ଯ୍ୟବେସିତ ଥିଲା। ଜିଲା ରେଡ଼କ୍ରସ ପାଣ୍ଠିରୁ ସହାୟତା ପାଇଁ ୧୧ଟି ଆବେଦନପତ୍ର ଗ୍ରହଣ କରାଯାଇଥିଲା।

ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲାପାଳ ଯଦୁମଣି ମହଲା ଓ ଲଳିତ ସୋରେଙ୍ଗ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଆଟକୋ କୁଜୁର, ଜିଲାପରିଷଦ ଭାରପ୍ରାପ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ରବୀନ୍ଦ୍ର କୁମାର ମଲିକ, ସଦର ଏସ୍‌‌ଡିପିଓ ମହେନ୍ଦ୍ରନାଥ ମୁର୍ମୁ, ଜିଲା ମୁଖ୍ୟ ଚିକିତ୍ସା ଏବଂ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର କିଶୋର କୁମାର ପୃଷ୍ଟି, କେନ୍ଦୁଝର ଉପଜିଲାପାଳ ଉମାଶଙ୍କର ଦଳାଇ, ସଦର ବିଡିଓ ତିଳୋତମା ପୃଷ୍ଟି, ସଦର ତହସିଲଦାର ଶୁଭେନ୍ଦୁ ସାହୁ, କେନ୍ଦୁଝରଗଡ଼ ପୌରପାଳିକା ନିର୍ବାହୀ ଅଧିକାରୀ ବସନ୍ତ କୁମାର ସେଠୀ ଏବଂ ସହକାରୀ ଜିଲାପାଳ ସରୋଜ କୁମାର ମଲ୍ଲିକଙ୍କ ସମେତ ଜିଲାସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ଏହି ମିଳିତ ଅଭିଯୋଗଶୁଣାଣୀରେ ଉପସ୍ଥିତ ରହି ସହାୟତା କରିଥିଲେ। ଏହି ଅଭିଯୋଗଶୁଣାଣି କାର୍ଯ୍ୟକ୍ରମରେ ୪ଟି ମୋଟରଚାଳିତ ହୁଇଲଚେୟାର ପ୍ରଦାନ କରାଯାଇଥିଲା।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories