www.samajalive.in
Friday, December 12, 2025
16.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବେଦ ବିଦ୍ୟାଳୟ କର୍ମକର୍ତ୍ତା 

କେନ୍ଦୁଝରଗଡ଼: ବେଦ ବିଦ୍ୟାଳୟ କେନ୍ଦୁଝରର ସହସମ୍ପାଦକ ତଥା ମାଇନିଂରୋଡସ୍ଥିତ ନିୟୁକଲୋନୀ ଡେଭଲପମେଣ୍ଟ ସୋସାଇଟି ଦୁର୍ଗାପୂଜା କମିଟି ସଭାପତି ଇଂ ହରମୋହନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭୁବନେଶ୍ୱରସ୍ଥିତ ଆବାସିକ କାର୍ଯ୍ୟାଳୟରେ ସାକ୍ଷାତ କରିଛନ୍ତି। ଏହି ସମୟରେ ଉପଢ଼ୌକନ ଓ ପୁଷ୍ପଗୁଚ୍ଛ ଦେଇ ଶୁଭେଚ୍ଛା ଜଣାଇବା ସହିତ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରିଛନ୍ତି। ବେଦ ବିଦ୍ୟାଳୟର ଭିତ୍ତିଭୂମି କିଭଳି ସୁଦୃଢ଼ କରାଯିବା ସହ ବିଶେଷକରି କେନ୍ଦୁଝର ସହରର ସୌନ୍ଦର୍ଯ୍ୟକରଣ ବୃଦ୍ଧି ସାଙ୍ଗକୁ ପରିବେଶକୁ ସ୍ୱଚ୍ଛ ରଖାଯାଇ ପାରିବ ସେ ଦିଗରେ ତ୍ୱରିତ ପଦକ୍ଷେପ ଗ୍ରହଣ କରିବାକୁ ଅବସରପ୍ରାପ୍ତ ଯନ୍ତ୍ରୀ ହରମୋହନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ସହ ସାକ୍ଷାତ ଆଲୋଚନା କାଳରେ ପ୍ରସ୍ତାବ ଦେଇଛନ୍ତି। କେନ୍ଦୁଝରର ସର୍ବାଙ୍ଗୀଣ ବିକାଶ ପାଇଁ ନିଶ୍ଚିତ ଭାବେ ତ୍ୱରିତ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଆଲୋଚନା କାଳରେ ମୁଖ୍ୟମନ୍ତ୍ରୀ ଏହା କହିଥିବା ଇଂ ହରମୋହନ ପଟ୍ଟନାୟକ ଜଣାଇଛନ୍ତି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories