www.samajalive.in
Saturday, December 6, 2025
23.1 C
Bhubaneswar

‘ସତ୍ୟନିଷ୍ଠ ସଂସ୍କୃତି ହିଁ ରାଷ୍ଟ୍ର ସମୃଦ୍ଧିର ଭିତ୍ତିଭୂମି’

କେନ୍ଦୁଝରଗଡ଼଼: ଚଳିତମାସ ୨୮ରୁ ନଭେମ୍ବର ୩ ତାରିଖ ପର୍ଯ୍ୟନ୍ତ ସମଗ୍ର ଦେଶରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ କରାଯାଉଛି। ଏହି ଅବସରରେ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରରୁ ଭିଡ଼ିଓ କନଫେରେନ୍ସ ମାଧ୍ୟମରେ ସାଧୁତାର ଶପଥ ପାଠ କରାଇଥିଲେ। ଏହି ପରିପ୍ରେକ୍ଷୀରେ କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ଓସ୍ୱାନ କକ୍ଷରୁ ଜିଲାପାଳ ବିଶାଲ ସିଂହ, ଆରକ୍ଷୀ ଅଧିକ୍ଷକ ନୀତିନ କୁଶଲକର, ଡେପୁଟି କଲେକ୍ଟର ଫିରୋଜ ଖାନ, ଡ଼ିଏସପି ଭିଜିଲାନ୍ସ କେନ୍ଦୁଝର ସୁଧାଂଶୁ ଶେଖର ପୂଜାରୀ ଏବଂ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସାର୍ଥକ ରାୟଙ୍କ ସମେତ ଜିଲାସ୍ତରର ସମସ୍ତ ଅଧିକାରୀ ଆଭାସୀ ମାଧ୍ୟମରେ ସାଧୁତାର ଶପଥ ପାଠ କରିଥିଲେ। ଏକାଦ୍ରିକ୍ରମେ ଜିଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ଦରବାରହଲ, ଜିଲାର ସମସ୍ତ ବ୍ଲକର ଓସ୍ୱାନ କକ୍ଷ ଏବଂ ସମସ୍ତ ବିଭାଗୀୟ କାର୍ଯ୍ୟାଳୟରେ ସମସ୍ତ ଅଧିକାରୀ ଓ କର୍ମଚାରୀ ଦୁର୍ନୀତିର ମୁଳୋତ୍ପାଟନ ପାଇଁ କାର୍ଯ୍ୟ କରିବାକୁ ଶପଥ ପାଠ କରିଥିଲେ।

ସୂଚନାଯୋଗ୍ୟ ଯେ, ଅକ୍ଟୋବର ୨୮ରୁ ନଭେମ୍ବର ୩ ତାରିଖ ପର୍ଯ୍ୟନ୍ତ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ‘ସତ୍ୟନିଷ୍ଠ ସଂସ୍କୃତି ହିଁ ରାଷ୍ଟ୍ର ସମୃଦ୍ଧିର ଭିତ୍ତିଭୂମି’ ପ୍ରସଙ୍ଗ ଆଧାରରେ ସମଗ୍ର ଦେଶରେ ପାଳନ କରାଯାଉଛି। ଏହି ଆଧାରରେ କେନ୍ଦୁଝର ଜିଲାରେ ଏହାର ବ୍ୟାପକ ସଚେତନତା ପାଇଁ ସରକାରୀ, ବେସରକାରୀ କାର୍ଯ୍ୟାଳୟ ସମେତ ନାଗରିକଙ୍କୁ ସାଧୁତାର ଶପଥ ପାଠ କରାଇବା ସହ ବିଦ୍ୟାଳୟ ଓ ମହାବିଦ୍ୟାଳୟସ୍ତରୀୟ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯାଉଛି। କୃତୀ ଛାତ୍ରଛାତ୍ରୀ ମାନଙ୍କୁ ଆସନ୍ତା ମାସ ୨ ତାରିଖ ଦରବାରହଲଠାରେ ଆୟୋଜିତ ହେବାକୁ ଥିବା ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସମ୍ବର୍ଦ୍ଧିତ କରାଯିବ।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories