www.samajalive.in
Sunday, December 14, 2025
19.1 C
Bhubaneswar

ନାବାଳିକା ଅସଦାଚରଣ ମାମଲା: ଦୋଷୀକୁ ୫ବର୍ଷ ଜେଲ୍‌‌

କେନ୍ଦୁଝରଗଡ଼: ଜଣେ ୬ବର୍ଷର ନାବାଳିକାକୁ ଅସଦାଚରଣ କରିବା ମାମଲାରେ ଦୋଷୀକୁ ୫ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି ଅତିରିକ୍ତ ଜିଲାଜଜ୍‌‌ ତଥା ସ୍ପେଶାଲ ଜଜ୍‌‌ ପକ୍ସୋ କେନ୍ଦୁଝର। ଅଭିଯୁକ୍ତ ବ୍ରଜ କିଶୋର ସୁଆର(୫୨)କୁ ଦୋଷୀ ସାବ୍ୟସ୍ତ କରି ୫ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି ଅଦାଲତ। ନନ୍ଦିପଦା ଥାନା ଇଞ୍ଚୋଳ ଗ୍ରାମର ବ୍ରଜ କିଶୋର ସୁଆର ୨୦୨୨ ମସିହା ଏପ୍ରିଲ ୧୨ ତାରିଖ ରାତି ପ୍ରାୟ ସାଢ଼େ ୮ଟାରେ ଜଣେ ୬ବର୍ଷର ନାବାଳିକାକୁ ନିଜ ଘରକୁ ନେଇ କବାଟ ବନ୍ଦ କରି ଅସଦାଚରଣ କରିଥିବା ନେଇ ସମ୍ପୃକ୍ତ ନାବାଳିକାଙ୍କ ଜେଜେବାପା ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ପାଇ ପୁଲିସ ଅଭିଯୁକ୍ତ ବ୍ରଜ କିଶୋରକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଏହି ମାମଲାରେ ମୋଟ ୧୪ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତିକରି ଅତିରିକ୍ତ ଜିଲାଜଜ୍‌‌ ତଥା ସ୍ପେଶାଲ ଜଜ୍‌‌ ପକ୍ସୋ କେନ୍ଦୁଝର ମୋନାଲିସା ମହାନ୍ତି ଅଭିଯୁକ୍ତ ବ୍ରଜକିଶୋରକୁ ଦୋଷୀ ସାବ୍ୟସ୍ତ କରି ୫ବର୍ଷ ସଶ୍ରମ କାରାଦଣ୍ଡ ସହ ୮ହଜାର ଟଙ୍କା ଜୋରିମାନା ଏବଂ ଜୋରିମାନା ଅନାଦେୟ ଅଧିକ ୯ମାସ ସଶ୍ରମ କାରାଦଣ୍ଡ ଭୋଗିବାକୁ ସୋମବାର ଚୂଡାନ୍ତ ଶୁଣାଣି କରିଛନ୍ତି। ଏଥିସହ ପୀଡିତାଙ୍କୁ ୪ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ ନିମନ୍ତେ ମଧ୍ୟ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ପୀଡିତାଙ୍କ ପକ୍ଷରୁ ସ୍ପେଶାଲ ପି.ପି.(ପକ୍ସୋ) ଗଣେଶ ପ୍ରସାଦ ମହାପାତ୍ର ମକଦ୍ଦମା ପରିଚାଳନା କରୁଥିଲେ।

Hot this week

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

Related Articles

Popular Categories