www.samajalive.in
Monday, December 15, 2025
15.1 C
Bhubaneswar

ନିୟମିତ ଦାବିରେ ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ 

କେନ୍ଦୁଝରଗଡ଼: ରାଜ୍ୟରୁ ଚୁକ୍ତିଭିତ୍ତିକ ନିଯୁକ୍ତି ପ୍ରଥାକୁ ୭ ମାସ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଚ୍ଛେଦ ଘୋଷଣା କରିଥିଲେ ମଧ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ତାହା ଆଜି ପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇପାରିନାହିଁ। ଫଳସ୍ୱରୂପ ନିୟମିତ ନିଯୁକ୍ତି ଦାବିରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଶିକ୍ଷକ ଶିକ୍ଷୟିତ୍ରୀ ବାରମ୍ବାର ଆନ୍ଦୋଳନ ଜାରି ରଖିଥିଛନ୍ତି। ହେଲେ ସରକାର କେବଳ ମିଥ୍ୟା ପ୍ରତିଶ୍ରୁତି ଦେଇ ଆନ୍ଦୋଳନକୁ ଭଣ୍ଡୁର କରିବାକୁ ସକ୍ଷମ ହୋଇଥିବା ଓଡ଼ିଶା ସରକାରୀ ହାଇସ୍କୁଲ ଚୁକ୍ତିଭିତ୍ତିକ ସଂଘ କେନ୍ଦୁଝର ଜିଲା ସଭାପତି ସୁବ୍ରତ ଲେଙ୍କା କ୍ଷୋଭର ସହ କହିଛନ୍ତି। ରାଜ୍ୟ ସରକାରଙ୍କ ଅନ୍ୟ ସମସ୍ତ ବିଭାଗରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ନିୟମିତ କରି ସାରିଥିବା ବେଳେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ କାର୍ଯ୍ୟରତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ କ୍ଷେତ୍ରରେ ଅବହେଳା କରାଯାଇ ଆସୁଥିବାରୁ ଏହା ପ୍ରତିବାଦରେ ଆସନ୍ତା ୬ ତାରିଖ ଭୁବନେଶ୍ୱର ଗାନ୍ଧୀ ମାର୍ଗଠାରେ ରାଜ୍ୟବ୍ୟାପୀ ଚୁକ୍ତିଭିତ୍ତିକ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ସମାବେଶ ହୋଇ ଅନିର୍ଦ୍ଦିଷ୍ଟ କାଳ ଆନ୍ଦୋଳନ କରାଯିବ ବୋଲି ସଭାପତି ଶ୍ରୀ ଲେଙ୍କା କହିଛନ୍ତି। ଉପରୋକ୍ତ ମର୍ମରେ ବୁଧବାର ସଂଘ ସଭାପତି ଶ୍ରୀ ଲେଙ୍କାଙ୍କ ନେତୃତ୍ୱରେ ହୃଦାନନ୍ଦ ବାରିକ, ଆଦିତ୍ୟ ମହାପାତ୍ର, ମନୋଜ କୁମାର ସେଠୀ, ଡମ୍ବରୁଧର ନାୟକ, ନମିତା ଦାସ ଓ ରିତା ମାଝୀ ପ୍ରମୁଖ ଜିଲାପାଳଙ୍କୁ ଭେଟି ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏବଂ ଜିଲା ଶିକ୍ଷା ଅଧିକାରୀଙ୍କୁ ଭେଟି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିର୍ଦ୍ଦେଶକଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ୫ ତାରିଖ ସୁଦ୍ଧା ଦାବି ପୂରଣ ନହେଲେ ୬ ତାରିଖ ଭୁବନେଶ୍ୱର ଠାରେ ହେବାକୁଥିବା ରାଜ୍ୟସ୍ତରୀୟ ଆନ୍ଦୋଳନରେ ଜିଲାରେ କାର୍ଯ୍ୟରତ ୭୦୦ରୁ ଊର୍ଦ୍ଧ୍ବ ଶିକ୍ଷକ ଶିକ୍ଷୟିତ୍ରୀ ସାମିଲ ହେବେ ବୋଲି ସଭାପତି ଶ୍ରୀ ଲେଙ୍କା ଜଣାଇଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories