www.samajalive.in
Monday, December 15, 2025
17.1 C
Bhubaneswar

ସମାଜ ପରିବର୍ତ୍ତନରେ ସହାୟକ ଶିକ୍ଷକଙ୍କ ନିଷ୍ଠା ଓ ପ୍ରତିବଦ୍ଧତା

କେନ୍ଦୁଝରଗଡ଼: ଓଡ଼ିଶାର ଏକ ଅଗ୍ରଣୀ ଗଣସଙ୍ଗଠନ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା)ର ୩୩ତମ ସାମ୍ବିଧାନିକ ସମ୍ମିଳନୀ ଶନିବାର କେନ୍ଦୁଝର କାଳୀପଡ଼ିଆ ଠାରେ ଉଦଘାଟିତ ହୋଇଯାଇଛି। ସଙ୍ଗଠନର ସଭାପତି ବିନୋଦ ବିହାରୀ ପାଣିଗ୍ରାହୀଙ୍କ ଦ୍ୱାରା ଓଷ୍ଟା ପତାକା ଉତ୍ତୋଳନ ପରେ ଘଷିପୁରା ବିଧାୟକ ବଦ୍ରିନାରାୟଣ ପାତ୍ର ମୁଖ୍ୟଅତିଥି ଭାବେ ଯୋଗଦେଇ ସମ୍ମିଳନୀକୁ ଉଦଘାଟନ କରିଥିଲେ।

ଏହି ଅବସରରେ ଶ୍ରୀ ପାତ୍ର କହିଥିଲେ ଯେ ଶିକ୍ଷକଙ୍କ ଏକତା ଓ ସଂହତି ହିଁ ସମସ୍ତ ସମସ୍ୟା ସମାଧାନର ମୂଳ ମନ୍ତ୍ର। ଶିକ୍ଷକଙ୍କ ନିଷ୍ଠା ଓ ପ୍ରତିବଦ୍ଧତା ସମାଜ ପରିବର୍ତ୍ତନରେ ସହାୟକ ବୋଲି ପ୍ରକାଶ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ, ଚମ୍ପୁଆ ବିଧାୟିକା ମିନାକ୍ଷୀ ମହାନ୍ତ, ଜିଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀ, ସରକାରୀ କର୍ମଚାରୀ ସମନ୍ୱୟ ସମିତି ରାଜ୍ୟ ସାଧାରଣ ସମ୍ପାଦକ ସୁଜିତ ନାୟକ ପ୍ରମୁଖ ଶିକ୍ଷକଙ୍କ ସମାଜ ପ୍ରତି ଥିବା ଗୁରୁତ୍ବପୂର୍ଣ୍ଣ ଭୂମିକା ସମ୍ପର୍କରେ ଆଲୋଚନା କରିଥିଲେ।

- Advertisement -

ଓଷ୍ଟା ସମ୍ପାଦିକା ସୁରଜିତା ନାୟକ ଅତିଥିମାନଙ୍କୁ ମଞ୍ଚକୁ ଆମନ୍ତ୍ରଣ କରିଥିବା ବେଳେ ଶିକ୍ଷାପ୍ରଦୀପ ସମ୍ପାଦକ ଶଙ୍କର କୁମାର ସୁବୁଦ୍ଧି ଅତିଥି ପରିଚୟ ପ୍ରଦାନ କରିଥିଲେ। ଓଷ୍ଟା ସାଧାରଣ ସମ୍ପାଦକ ପ୍ରକାଶ ଚନ୍ଦ୍ର ମହାନ୍ତି ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ। ଓଷ୍ଟା କାର୍ଯ୍ୟକାରୀ ସଭାପତି ଭିକାରୀ ଚରଣ ସାହୁ, ଯୁଗ୍ମ ସାଧାରଣ ସମ୍ପାଦକ ରଞ୍ଜନ କୁମାର ଦାଶ ଓ କୋଷାଧ୍ୟକ୍ଷ ଅଶୋକ କୁମାର ମହାପାତ୍ର ମଞ୍ଚାସୀନ ଥିଲେ। ସଭା ପ୍ରାରମ୍ଭରେ ନରସିଂହ ସ୍ୱାଇଁ ପୁଲିସ ହାଇସ୍କୁଲ ଛାତ୍ରୀମାନଙ୍କ ଦ୍ୱାରା ସ୍ୱାଗତ ସଙ୍ଗୀତ ପରିବେଷିତ ହୋଇଥିଲା।ସଙ୍ଗଠନର ସାଧାରଣ ସମ୍ପାଦକ ପ୍ରକାଶ ଚନ୍ଦ୍ର ମହାନ୍ତି ସମ୍ପାଦକୀୟ ବିବରଣୀ ପାଠ କରିଥିଲେ ।

କୋଷାଧ୍ୟକ୍ଷ ଅଶୋକ କୁମାର ମହାପାତ୍ର ଆୟବ୍ୟୟ ବିବରଣୀ ପ୍ରଦାନ କରିଥିଲେ। ବିଭିନ୍ନ ଜିଲାରୁ ୨୦୦୦ରୁ ଅଧିକ ଶିକ୍ଷକ ଶିକ୍ଷୟିତ୍ରୀ ପ୍ରତିନିଧି ଏହି ସମ୍ମିଳନୀରେ ଅଂଶଗ୍ରହଣ କରିଥିଲେ। ଶେଷରେ ସଙ୍ଗଠନର ବରିଷ୍ଠ ସଦସ୍ୟ ଅକ୍ଷୟ କୁମାର ହୋତା ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories