www.samajalive.in
Sunday, December 7, 2025
13.1 C
Bhubaneswar

ବଳାତ୍କାରୀକୁ ୭ବର୍ଷ ଜେଲ ଦଣ୍ଡାଦେଶ

କେନ୍ଦୁଝରଗଡ଼: ନାବାଳିକା ବଳାତ୍କାର ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରି ଫାଷ୍ଟ ଟ୍ରାକ୍‍ କୋର୍ଟ କେନ୍ଦୁଝର ଗୁରୁବାର ୭ବର୍ଷ ସଶ୍ରମ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଭୁଲୁଦା ଗ୍ରାମର ଜନୈକା ୧୬ବର୍ଷର ନାବାଳିକା ଝାରବେଲଦାସ୍ଥିତ ସନ୍ତାଷୀ ମା’ ରିଜିଓନାଲ ମହାବିଦ୍ୟାଳୟରେ ଶିକ୍ଷା ଗ୍ରହଣ ସାରି ଘରକୁ ଫେରୁଥିବା ବେଳେ ଟାଉନ ଥାନା ଅଧିନ କବିତ୍ରା ଗ୍ରାମର ରଜତ କୁମାର ମହାନ୍ତ ଘରେ ଛାଡିଦେବାକୁ କହି ସମ୍ପୃକ୍ତ ନାବାଳିକାଜଣକୁ ବାଇକ୍‍ରେ ବସାଇ ନିକଟସ୍ଥ ଭାଲୁଘରସ୍ଥିତ ଜଙ୍ଗଲକୁ ନେଇ ଜୋରଜବରଦସ୍ତ ବଳାତ୍କାର କରିବା ପରେ ଉକ୍ତ ଜଙ୍ଗଲରେ ଛାଡି ପଳାଇଥିଲା।

ନାବାଳିକା ଜଣକ ଘରେ ପହଞ୍ଚି ଘଟଣା ସମ୍ପର୍କରେ ବାପାଙ୍କ ଆଗରେ କହିବା ପରେ ବାପା ଥାନାରେ ଅଭିଯୋଗ କରିଥିଲେ। ଏହାପରେ ପୁଲିସ ଅଭିଯୁକ୍ତ ରଜତକୁ ଗିରଫ ପରେ କୋର୍ଟ ଚାଲାଣ କରିଥିଲା। ମୋଟ ୧୨ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତିକରି ଫାଷ୍ଟ ଟ୍ରାକ୍‍ କୋର୍ଟ କେନ୍ଦୁଝରର ବିଚାରପତି ବିଜୟ କୁମାର ମିଶ୍ର ଗୁରୁବାର ମାମଲାର ଚୂଡାନ୍ତ ଶୁଣାଣି କରିଥିଲେ। ଅଭିଯୁକ୍ତ ରଜତକୁ ଦୋଷୀ ସାବ୍ୟସ୍ତ କରି ୭ବର୍ଷ ଜେଲ ଦଣ୍ଡାଦେଶ ସହ ୧୦ହଜାର ଟଙ୍କା ଜୋରିମାନା ଏବଂ ଜୋରିମାନା ଅନାଦେୟ ଅଧିକ ୬ ମାସ ସଶ୍ରମ କାରାଦଣ୍ଡାଦେଶ ଶୁଣାଇଥିଲେ। ଏଥିସହ ପୀଡିତା କ୍ଷତିପୂରଣ ନିମନ୍ତେ ୫ଲକ୍ଷ ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦେବାକୁ ଜିଲା ଆଇନସେବା ପ୍ରାଧିକରଣକୁ ସୁପାରିଶ କରିଛନ୍ତି। ପୀଡିତାଙ୍କ ପକ୍ଷରୁ ସ୍ପେଶାଲ ପି.ପି. ଜ୍ଞାନେନ୍ଦ୍ରନାଥ ଜେନା ମକଦ୍ଦମା ପରିଚାଳନା କରୁଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories