www.samajalive.in
Sunday, December 14, 2025
26.1 C
Bhubaneswar

ଦୁଷ୍କର୍ମୀକୁ ୨୦ବର୍ଷ ସଶ୍ରମ ଜେଲ୍‌; ୨୦ହଜାର ଟଙ୍କା ଜରିମାନା

କେନ୍ଦୁଝରଗଡ଼: କେନ୍ଦୁଝର ଫାଷ୍ଟ ଟ୍ରାକ୍‌‌ କୋର୍ଟ ଏକ ଦୁଷ୍କର୍ମ ମାମଲାର ଚୂଡାନ୍ତ ବିଚାର କରି ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରି ୨୦ବର୍ଷ ସଶ୍ରମ ଜେଲ୍ ଦଣ୍ଡାଦେଶ ଦେଇଛନ୍ତି। ସଦର ଥାନା କାଳିଆବେଡା ଗ୍ରାମର ଦାମ ଓରଫ ଅକ୍ଷୟ ମୁଣ୍ଡା(୨୧) ୧୨ ଜାନୁୟାରୀ ୨୦୨୧ ଅପରାହ୍ନ ପ୍ରାୟ ୧ଟାରେ ସେହି ଥାନା ଅଞ୍ଚଳର ୧୫ବର୍ଷର ନାବାଳିକାକୁ ଘରେ ଏକୁଟିଆ ପାଇ ଦୁଷ୍କର୍ମ କରିବା ସହ କାହାରିକୁ ଏ ସମ୍ପର୍କରେ ନ ଜଣାଇବାକୁ ଧମକ ଦେଇଥିଲା। ଭୟରେ ନାବାଳିକା ଜଣକ ଦୁଷ୍କର୍ମ ବିଷୟରେ କାହାରିକୁ ନ ଜଣାଇବାରୁ ୭ମାସର ଗର୍ଭବତୀ ହେବା ପରେ ପରିବାର ଲୋକ ଘଟଣା ସମ୍ପର୍କରେ ଅବଗତ ହୋଇ ସ୍ଥାନୀୟ ଥାନାରେ ୨୧ ଜୁନ୍ ୨୦୨୧ରେ ଅଭିଯୋଗ କରିଥିଲେ। ଅଭିଯୋଗ ପାଇବା ପରେ ପୁଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇ ଅଭିଯୁକ୍ତ ଅକ୍ଷୟକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା। ଏହି ମାମଲାରେ ୧୪ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତିକରି କେନ୍ଦୁଝର ଫାଷ୍ଟ ଟ୍ରାକ୍‌‌ କୋର୍ଟର ବିଚାରପତି ବିଜୟ କୁମାର ମିଶ୍ର ଅଭିଯୁକ୍ତ ଅକ୍ଷୟକୁ ଦୋଷୀ ସାବ୍ୟସ୍ତ କରି ୨୦ବର୍ଷ ସଶ୍ରମ କାରାଦଣ୍ଡ ସହ ୨୦ହଜାର ଟଙ୍କା ଜରିମାନା ଏବଂ ଜରିମାନା ଅନାଦେୟ ଅଧିକ ୧ବର୍ଷ ସଶ୍ରମ କାରାଦଣ୍ଡାଦେଶ ଦେଇଛନ୍ତି। ଏଥିସହ ପୀଡିତାଙ୍କୁ କ୍ଷତିପୂରଣ ବାବଦ ୭ଲକ୍ଷ ଟଙ୍କା ପ୍ରଦାନ ନିମନ୍ତେ ଜିଲା ଆଇନସେବା ପ୍ରାଧିକରଣକୁ ସୁପାରିଶ କରିଛନ୍ତି। ପୀଡ଼ିତାଙ୍କ ପକ୍ଷରୁ ସ୍ୱତନ୍ତ୍ର ପି.ପି.ଜ୍ଞାନେନ୍ଦ୍ରନାଥ ଜେନା ମକଦ୍ଦମା ପରିଚାଳନା କରୁଥିଲେ।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories