www.samajalive.in
Wednesday, December 10, 2025
16.1 C
Bhubaneswar

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଚକ୍ଷୁ ପରୀକ୍ଷା କାର୍ଯ୍ୟକ୍ରମ

କେନ୍ଦୁଝରଗଡ଼ : ସକ୍ଷମ ଓଡ଼ିଶା, ଭୁମିକା ଚକ୍ଷୁ ଚିକିତ୍ସାଳୟ ଓ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର କେନ୍ଦୁଝରଗଡ଼ ମିଳିତ ଆନୁକୁଲ୍ୟରେ ଏକ ଚକ୍ଷୁ ପରୀକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ପରିଚାଳନା ସମିତି ସଭାପତି ସୁନୀଲ କୁମାର ରଥ, ସମ୍ପାଦକ ସୁଧାଂଶୁ ଶେଖର ପଣ୍ଡା ଓ କୋଷାଧ୍ୟକ୍ଷ ବିଜୟ କୁମାର ଦୀକ୍ଷିତ ଏହି କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଉଦ୍‌‌ଘାଟନ କରିଥିଲେ। ଏଥିରେ ୧୮୪ଜଣ ଅଭିଭାବକ ଅଭିଭାବିକା ଓ ଆଚାର୍ଯ୍ୟ ଆଚାର୍ଯ୍ୟା ଉପସ୍ଥିତ ରହି ଚକ୍ଷୁ ପରୀକ୍ଷା କରିଥିଲେ। ସକ୍ଷମ ଓଡ଼ିଶା ପକ୍ଷରୁ ମଧୁସୂଦନ ମହାନ୍ତ, ଅଭିମନ୍ୟୁ ଦାସ ଓ ଭକ୍ତବତ୍ସଳ ମହାନ୍ତି, ଭୂମିକା ଡାକ୍ତରଖାନାର କର୍ଣ୍ଣାଟ କିଶୋର ଜେନା, ଆୟାନ ପାଲ, ସବିତା ମହାନ୍ତ, ଅର୍ପିତା ବାରିକ, ସତ୍ୟବ୍ରତ ମହାନ୍ତି ପ୍ରମୁଖ ଏହି କାର୍ଯ୍ୟକ୍ରମ ଆୟୋଜନ ଓ ପରିଚାଳନାରେ ସହଯୋଗ କରିଥିଲେ। ପ୍ରଧାନାଚାର୍ଯ୍ୟ ରାଜେନ୍ଦ୍ର ପ୍ରସାଦ ଅଗସ୍ତିଙ୍କ ନେତୃତ୍ୱରେ ଶିଶୁବାଟିକା ଆଚାର୍ଯ୍ୟ ଆଚାର୍ଯ୍ୟା ସହଯୋଗ କରିଥିଲେ।

Hot this week

ଧାନ ରଖି ଚାଷୀଙ୍କ ରାଜପଥ ଅବରୋଧ: ପୁଲିସ ସହ ଧସ୍ତାଧସ୍ତି, ୩ ଘଣ୍ଟା ଯାତାୟାତ ବନ୍ଦ

ଅତାବିରା/ରେଙ୍ଗାଲିକ୍ୟାମ୍ପ, : ମଣ୍ଡି ଗୁଡିକରେ ମନ୍ଥର ଗତିରେ ଧାନ ଉଠୁଥିଲା। ମଣ୍ଡିରୁ...

ବାରବାଟୀରେ ଏକତରଫା ବିଜୟ: ଦକ୍ଷିଣ ଆଫ୍ରିକାର ସର୍ବନିମ୍ନ ସ୍କୋର

କଟକ: କଟକ ବାରବାଟୀ ଷ୍ଟାଡିୟମ୍‌ରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

Related Articles

Popular Categories