www.samajalive.in
Sunday, December 7, 2025
13.1 C
Bhubaneswar

ଚାଲି ଚାଲି ଯାଉଥିବାବେଳେ ଧକ୍କା ଦେଲା କାର୍: ଦୁଇ ମହିଳା ଗୁରୁତର

ପାଟଣା : କେନ୍ଦୁଝର ଜିଲ୍ଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ୨୦ ନମ୍ବର ଜାତୀୟ ରାଜପଥରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କଟରାବେଡା ନିକଟରେ ରାସ୍ତାରେ ଚାଲି ଚାଲି ଯାଉଥିବା ଦୁଇ ଜଣ ମହିଳାଙ୍କୁ ଏକ କାର୍ ଧକ୍କା ଦେଇଛି। ଫଳରେ ଦୁର୍ଘଟଣାରେ  ଦୁଇ ଜଣ ମହିଳା ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଦୁଇ ମହିଳା  କଟରାବେଡା ଗାଁର  ରଞ୍ଜିତା ନାୟକ ଓ ପାର୍ବତୀ ନାୟକ ବୋଲି ଜଣାପଡିଛି। ଉଭୟ ଢେଙ୍କିକୋଟରୁ କଟରାବେଡା ଅଭିମୁଖେ ଯାଉଥିବା ସମୟରେ ପଛରୁ ତାଙ୍କୁ  କାର ଟି ଧକ୍କା ଦେଇଥିଲା। ଉଭୟ ଗୁରୁତରଙ୍କୁ ଉଦ୍ଧାର କରାଯାଇ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ଭର୍ତ୍ତି କରାଯାଇଛି।‌ ଅନ୍ୟ ପକ୍ଷରେ ଦୁର୍ଘଟଣା ଘଟାଇଥିବା କାର କୁ ପୁଲିସ ଜବତ କରି ଘଟଣାର ତଦନ୍ତ ଚଳାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories