www.samajalive.in
Sunday, December 7, 2025
26.1 C
Bhubaneswar

ପତ୍ନୀହନ୍ତାକୁ ଆଜୀବନ କାରାଦଣ୍ଡ

ଡେସ୍କ: କେନ୍ଦୁଝର ଜିଲ୍ଲା ଚମ୍ପୁଆ ଏଡିଜେ କୋର୍ଟ ମଙ୍ଗଳବାର ଜଣେ ପତ୍ନୀହନ୍ତାକୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଆଜୀବନ କାରା ଦଣ୍ଡାଦେଶ ପାଇଥିବା ପତ୍ନୀହନ୍ତା ସ୍ବାମୀ ହେଉଛି ବଡ଼ବିଲ ଥାନା କୋହ୍ଲ ବରପଦା ଗାଁର ରଞ୍ଜନ ଗାଗରାଇ। ୨୦୧୮ରେ ରଞ୍ଜନ ତା’ର ପତ୍ନୀ ଜତନୀଙ୍କ ଉପରେ କିରୋସିନି ଢାଳି ନିଆଁ ଲଗାଇ ଫେରାର ହୋଇଯାଇଥିଲେ। ସ୍ଥାନୀୟ ଲୋକଙ୍କ ଉଦ୍ୟମରେ ଜତନୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ବଡ଼ବିଲ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରୁ ତାଙ୍କୁ କେନ୍ଦୁଝର ଡାକ୍ତରଖାନାକୁ ପଠାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ଏନେଇ ବଡ଼ବିଲ ଥାନାରେ ଏକ ହତ୍ୟା ମାମଲା ରୁଜୁ ହୋଇଥିଲା। ବଡ଼ବିଲ ପୁଲିସ ଘଟଣାର ତଦନ୍ତ କରି ଫେରାର ରଞ୍ଜନ ଗାଗରାଇଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ତେବେ ସମସ୍ତ ସାକ୍ଷୀ ପ୍ରମାଣକୁ ଭିତ୍ତି କରି ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ସରୋଜ କୁମାର ଦାସ ରଞ୍ଜନ ଗାଗରାଇକୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories