www.samajalive.in
Saturday, December 6, 2025
26.1 C
Bhubaneswar

ନଦୀର ଗଭୀର ପାଣିରେ ବୁଡି ଯୁବକ ମୃତ

ପାଟଣା : କେନ୍ଦୁଝର ଜିଲ୍ଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ସାରୁପାଟ ଗ୍ରାମରେ ଜଣେ ଯୁବକ ନଦୀର ଗଭୀର ପାଣିରେ ବୁଡି ମୃତ୍ୟୁ ବରଣ କରିଛନ୍ତି। ମୃତ ଯୁବକ ଗ୍ରାମର କୈଳାସ ନାଏକଙ୍କ ପୁଅ ଶାନ୍ତନୁ ନାଏକ ବୋଲି ଜଣାପଡିଛି। ସେ ଗ୍ରାମ ନିକଟରେ ଥିବା ବୁଢି ନଦୀକୁ ଗାଧୋଇବା ପାଇଁ ଯାଇଥିବା ସମୟରେ ନଦୀର ଗଭୀର ପାଣିରେ ବୁଡି ଯାଇଥିଲେ । ତାଙ୍କୁ ଉଦ୍ଧାର କରାଯାଇ କେନ୍ଦୁଝର ଚିକିତ୍ସାଳୟକୁ ନିଆଯାଇଥିଲେ ମଧ୍ୟ ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଢେଙ୍କିକୋଟ ଫାଣ୍ଡି ଅଧିକାରୀ ତ୍ରିନାଥ ନାଏକ କେନ୍ଦୁଝର ଯାଇ ମୃତଦେହ ବ୍ୟବଚ୍ଛେଦ କରାଇ ପରିବାରକୁ ହସ୍ତାନ୍ତର କରିଛନ୍ତି। ଏନେଇ ଘଟଗାଁ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories