www.samajalive.in
Sunday, December 7, 2025
16.1 C
Bhubaneswar

ନବମ ଶ୍ରେଣୀ ଛାତ୍ରକୁ ରାଗିଂ: ଥାନାରେ ଏତଲା

କେନ୍ଦୁଝର: ରାଗିଂର ଶିକାର ହେଲେ ନବମ ଶ୍ରେଣୀ ଛାତ୍ର। ଏଭଳି କିଛି ଘଟଣା ଦେଖିବାକୁ ମିଳିଛି କେନ୍ଦୁଝର ଜିଲ୍ଲା ହଦଗଡ଼ ନବୋଦୟ ବିଦ୍ୟାଳୟରେ। କିଛି ଅଣ ଓଡ଼ିଆ ଛାତ୍ର ବିଦ୍ୟାଳୟର ଜଣେ ନବମ ଶ୍ରେଣୀ ଛାତ୍ରକୁ ରାଗିଂ କରିବା ସହ ନିସ୍ତୁକ ମାଡ ମାରିଥିବା ଅଭିଯୋଗ ହୋଇଛି। ପୂର୍ବରୁ ମଧ୍ୟ ଛାତ୍ରଟି ସହ ଏଭଳି ରାଗିଂ ହୋଇଥିଲା। ଏ ନେଇ ପରିବାର ଲୋକ ସ୍କୁଲ କର୍ତ୍ତୁପକ୍ଷଙ୍କୁ ଜଣାଇଥିଲେ, ହେଲେ କିଛି ସୁଫଳ ମିଳିନଥିଲା। ପୁର୍ନବାର ଆଜି କିଛି ଅଣ ଓଡିଆ ଛାତ୍ର ରାଗିଂ କରିଥିବା ନେଇ ପରିବାର ଲୋକ ସୋସ ଥାନାରେ ଅଭିଯୋଗ କରିଛନ୍ତି। ସେପଟେ ଅଭିଯୋଗକାରୀ ଛାତ୍ର ଜଣକ କହିଛନ୍ତି, ମୋତେ ଖରାପ କଥା ଲେଖିକି ଦେବା ପାଇଁ ସେମାନେ କହିଲେ। ମୁଁ ନଦେବାରୁ ସେମାନେ ମୋତେ ମାଡ଼ ମାରିଥିଲେ। ପୁଲିସ୍ ଘଟଣାରେ ଅଧିକ ଛାନଭିନ୍ ଜାରି ରଖିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବଟ୍ଟ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories