www.samajalive.in
Wednesday, December 10, 2025
14.1 C
Bhubaneswar

ବେଆଇନ ବାଣ ଗୋଦାମରେ ବିସ୍ଫୋରଣ: ଜଣେ ମୃତ, ୧୬ ଆହତ

କେରଳ: ସୋମବାର କେରଳର ତ୍ରିପୁନିଥୁରାରେ ଥିବା ଏକ ବେଆଇନ୍ ବାଣ ଗୋଦାମରେ ବିସ୍ଫୋରଣ ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୬ ଜଣ ଗୁରୁତର ହୋଇଛନ୍ତି।  ଏମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ରହିଛି। ଆହତଙ୍କୁ କଲମାସେରୀ ମେଡିକାଲରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରେ ମହିଳା ଏବଂ କିଛି ଶିଶୁ ଥିବା ଜଣାପଡିଛି।  ଅଗ୍ନିଶମ ଅଧିକାରୀଙ୍କ କହିବା ମୂତାବକ ବିସ୍ଫୋରଣଟି ଏତେ ଭୟଙ୍କର ଥିଲା ଯେ,  ଆଖପାଖରେ ଥିବା ୨୫ ବଖରା ଘର ଏବଂ କିଛି ଦୋକାନ ଜଳି ପୋଡି ପାଉଁଶ ହୋଇଯାଇଛି। ଏହାବ୍ୟତୀତ ୨ଟି ଗାଡି ମଧ୍ୟ ଜଳିଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ବିସ୍ଫୋରଣର କାରଣ ଜଣାପଡିନି। ବିସ୍ଫୋରଣର ଖବର ପାଇବା ମାତ୍ରେ ପୁଲିସ , ପ୍ରଶାସନିକ ଅଧିକାରୀ ଏବଂ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚିଥିଲେ। ଉଦ୍ଧାର କାର୍ଯ୍ୟ ଚାଲିଥିବାବେଳେ ପୋଲିସ ଆହତମାନଙ୍କୁ ଡାକ୍ତରଖାନାକୁ ନେଇଥିଲା। ସେପଟେ ଦୁର୍ଘଟଣାରେ ଆହତ ହୋଇଥିବା ଲୋକଙ୍କୁ ସ୍ବତନ୍ତ୍ର ଚିକିତ୍ସା ଯୋଗାଇବା ପାଇଁ କେରଳ ସ୍ୱାସ୍ଥ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବାକୁ ମନ୍ତ୍ରୀ ପୁଲିସ ଏବଂ ପ୍ରଶାସନକୁ ମଧ୍ୟ କହିଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories