www.samajalive.in
Saturday, December 6, 2025
15.1 C
Bhubaneswar

ମନ୍ଦିରରେ ଆତସବାଜି ବେଳେ ଦୁର୍ଘଟଣା: ୧୫୦ରୁ ଅଧିକ ଗୁରୁତର

ଥିରୁଅନନ୍ତପୁରମ୍ : କେରଳରେ ବଡ଼ ଧରଣର ଅଘଟଣ। ମନ୍ଦିରରେ ଆତସବାଜି ବେଳେ ଦୁର୍ଘଟଣା ଘଟିଛି। ନିଆଁ ଲାଗି ୧୫୦ରୁ ଅଧିକ ଲୋକ ଗୁରୁତର ହୋଇଥିବା ସୂଚନା ମିଳିଛି। ଅଞ୍ଜୁତମ୍ବାଲମ୍ ବିରାକାଭୁ ମନ୍ଦିରରେ ବାର୍ଷିକ କାଲିଆଟମ୍ ପର୍ବ ପାଇଁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ ଜମିଥିଲା। ଏହି ସମୟରେ ଆତସବାଜି ମଧ୍ୟ କରାଯାଉଥିଲା। ଏହି ସମୟରେ ଆତସବାଜି ବେଳେ ନିଆଁ ଝୁଲ ଖସି ଅଗ୍ନିକାଣ୍ଡ ଘଟିଥିଲା। ଦେଖୁ ଦେଖୁ ଏହା ଚାରିଆଡେ ବ୍ୟାପିଯାଇଥିଲା। ଏଥିରେ ପ୍ରାୟ ୧୫୦ରୁ ଅଧିକ ଲୋକ ଆହତ ହୋଇଥିବାବେଳେ ୮ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଆହତଙ୍କୁ ମାଙ୍ଗାଲୁରୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories