www.samajalive.in
Sunday, December 7, 2025
23.1 C
Bhubaneswar

କେରଳରେ ଭୟଙ୍କର ଭୂସ୍ଖଳନ: ବଢୁଛି ମୃତ୍ୟୁସଂଖ୍ୟା, ମାଟି ତଳେ ଫସିଛନ୍ତି ଶତାଧିକ

ନୂଆଦିଲ୍ଲୀ: କେରଳର ଓ୍ବାଇନାଡରେ ଲଗାଣ ବର୍ଷା ପରେ ଭୟଙ୍କର ଭୂସ୍ଖଳନ ହୋଇଛି। ଏଥିରେ ୧୯ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୦୦ରୁ ଅଧିକ ଲୋକ ମାଟି ତଳେ ପୋତି ହୋଇ ରହିଥିବା ସୂଚନା ମିଳିଛି।  ପ୍ରଥମେ ରାତି ୨ଟାରେ ଓ ପରେ ସକାଳ ପ୍ରାୟ ୪ଟା ୧୦ରେ ଆଉ ଏକ ଭୂସ୍ଖଳନ ଘଟିଥିଲା । ପ୍ରାୟ ୧୦୦ରୁ ଅଧିକ ଲୋକ ମାଟି ତଳେ ପଶିରହିଛନ୍ତି। ସେମାନଙ୍କୁ ଉଦ୍ଧାର କରିବା ଲାଗି ଉଦ୍ୟମ ଜାରି ରହିଛି। ମୃତକଙ୍କ ମଧ୍ୟରେ ଦୁଇ ଜଣ ଶିଶୁ ଥିବା ଜଣାପଡିଛି। ଆଗକୁ ଆହୁରି ମୃତକଙ୍କ ସଂଖ୍ୟା ବଢିବାର ଆଶଙ୍କା ରହିଛି। ଉଦ୍ଧାର କାର୍ଯ୍ୟରେ ଏନଡିଆରଏଫ୍ ଟିମ୍ ଏବଂ ବାୟୁସେନାର ଦୁଇଟି ହେଲିକପ୍ଟର ନିୟୋଜିତ ଅଛି। ଜରୁରୀକାଳୀନ ସହାୟତା ପାଇଁ ହେଲ୍ପଲାଇନ୍ ନମ୍ବର ଜାରି କରାଯାଇଛି। ଭୂସ୍ଖଳନ ଯୋଗୁ ୧୬ ଲୋକ ଆହତ ହୋଇଛନ୍ତି। ସେମାନଙ୍କୁ ଓ୍ୱାଇନାଡର ମେପ୍ପାଡିସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେପଟେ ଏହି ଅଘଟଣକୁ ନେଇ କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ କହିଛନ୍ତି ଉଦ୍ଧାର କାର୍ଯ୍ୟରେ ରାଜ୍ୟର ସମସ୍ତ ସରକାରୀ ଏଜେନ୍ସି ନିୟୋଜିତ ଅଛନ୍ତି ।  ପ୍ରପୀତିତ ଲୋକଙ୍କୁ ସମସ୍ତ ପ୍ରକାର ସାହାର୍ଯ୍ୟ ସହଯୋଗ ଯୋଗାଇ ଦିଆଯିବ। ଅନ୍ୟପଟେ ଆସନ୍ତା ତିନି ଘଣ୍ଟା ମଧ୍ୟରେ କେରଳର କୋଲାମ, ଆଲାପୁଝା, କୋଟାୟାମ, ଏର୍ନାକୁଲମ୍ଏବଂ ମାଲାପୁରମ୍ ଜିଲ୍ଲାର ବିଚ୍ଛିନ୍ନ ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ହେବାର ନେଇ ସମ୍ଭାବନା ରହିଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories