www.samajalive.in
Saturday, December 6, 2025
16.1 C
Bhubaneswar

ଲରି-କାର୍ ଧକ୍କା ; ଗୋଟିଏ ପରିବାରର ୫ ମୃତ

ନୂଆଦିଲ୍ଲୀ : କେରଳର କନ୍ନୁରରେ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଗୋଟିଏ ପରିବାରର ୫ ଜଣଙ୍କ ଜୀବନ ଚାଲି ଯାଇଛି। ଏକ କାର୍ ଓ ଲରି ମଧ୍ୟରେ ଧକ୍କା ହୋଇ ଏହି ଦୁର୍ଘଟଣା ଘଟିଛି। ଖବର ପାଇ ପୁଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ମୃତାହତଙ୍କୁ ଉଦ୍ଧାର କରିଥିଲା।
ସୂଚନା ଯୋଗ୍ୟ, ସୋମବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା କନ୍ନାପୁରମ ଅଞ୍ଚଳରେ ଘଟିଛି। ମୃତକଙ୍କ ମଧ୍ୟରେ ଶିଶୁ ମଧ୍ୟ ସାମିଲ ରହିଛି। କାରରେ ପାଞ୍ଚଜଣ ସଦସ୍ୟ ଥାଲାସେରୀରୁ କାସାରାଗୋଡ ଅଭିମୁଖେ ଯାଉଥିଲେ। ଅନ୍ୟ ପଟେ ମାଙ୍ଗାଲୁରୁରୁ ଗ୍ୟାସ ସିଲିଣ୍ଡର ନେଇ ଏକ ଲରି ଆସୁଥିଲା। ପୁଲିସ କହିଛି ଯେ ଘଟଣାସ୍ଥଳରେ ୪ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ ନଅ ବର୍ଷର ଶିଶୁକୁ ଚିକିତ୍ସା ପାଇଁ ଡାକ୍ତରଖାନା ନିଆଯାଇଥିଲା, ଯେଉଁଠାରେ ଡାକ୍ତରମାନେ ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଦୁର୍ଘଟଣାରେ ଲରି ଚାଳକ ମଧ୍ୟ ଆହତ ହୋଇଛନ୍ତି।ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।

Hot this week

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories