www.samajalive.in
Monday, December 8, 2025
27.1 C
Bhubaneswar

ପୂର୍ବତନ ସରପଞ୍ଚ , ତାଙ୍କ ସ୍ୱାମୀଙ୍କ ମୃତଦେହ ଉଦ୍ଧାର ; ହତ୍ୟା ସନ୍ଦେହ

କେଶଦୁରାପାଳ : କୂଅ ଭିତରୁ ପୂର୍ବତନ ମହିଳା ସରପଞ୍ଚ ଓ ତାଙ୍କ ଚୌକିଦାର ସ୍ୱାମୀଙ୍କ ମୃତଦେହ ଉଦ୍ଧାର ହୋଇଛି। କେହି ସେମାନଙ୍କ ହତ୍ୟା କରିଥିବା ନେଇ ସନ୍ଦେହ କରାଯାଉଛି। କେନ୍ଦୁଝର ଜିଲ୍ଲା ହାଟଡିହି ବ୍ଲକ କେ.ବାଲିପାଳ ପଞ୍ଚାୟତର ପୂର୍ବତନ ସରପଞ୍ଚ ରମ୍ଭା ପାତ୍ର ଓ ତାଙ୍କ ସ୍ୱାମୀ ନିରଞ୍ଜନ ପାତ୍ରଙ୍କୁ କେହି ଦୁର୍ବୁତ୍ତ ହତ୍ୟା କରିଥିବା ସନ୍ଦେହ କରାଯାଉଛି । ନିରଞ୍ଜନ ବଉଳା ଫାଣ୍ଡିର ଗ୍ରାମରକ୍ଷୀ ଥିବାବେଳେ ତାଙ୍କ ସ୍ତ୍ରୀ ରମ୍ଭା ପାତ୍ର ପୂର୍ବରୁ କେ. ବାଲିପାଳ ପଂଚାୟତର ସରପଞ୍ଚ ଥିଲେ। ମଙ୍ଗଳବାର ରାତିରୁ ଉଭୟଙ୍କୁ କେହି ଦୁର୍ବୁତ୍ତ ହତ୍ୟାକରି ଘର ପାଖ କୂଅରେ ପକାଇ ଦେଇଥିଲେ। ପୂର୍ବତନ ସରପଞ୍ଚ ଏବଂ ତାଙ୍କ ସ୍ବାମୀ ମୟୂରନଚା ଗାଁରେ ରହୁଥିଲେ। ବୁଧବାର ଗାଁ ଲୋକ ଯାଇଥିବାବେଳେ ଘରେ କେହି ଲୋକ ନଥିଲେ । ଗ୍ରାମରକ୍ଷୀଙ୍କ ନାମଧରି ଡାକିଥିଲେ, କେହି ନ ଶୁଣିବାରୁ କବାଟ ଖୋଲି ବାଡି ଭିତରକୁ ଯାଇଥିଲେ। ବାଡି ଭିତରେ ରକ୍ତ ପଡ଼ିଥିବାର ଦେଖିବା ସହିତ କୂଅରେ ରମ୍ଭା ପାତ୍ରଙ୍କ ମୃତଦେହ ପଡ଼ିଥିବାର ଦେଖିବାକୁ ପାଇଥିଲେ। ଖବରପାଇ ସୋସୋ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି କୂଅ ଭିତରେ ୨ଟି ଶବ ପଡିଥିବା ଦେଖିବାକୁ ପାଇଥିଲେ । ଏନେଇ ନିରଞ୍ଜନଙ୍କ ପୁତୁରା ସୋସୋ ଥାନାରେ ଅଭିଯୋଗ କରିଛନ୍ତି । ଆଜି ସକାଳୁ ପୁଲିସ ଶବ ଉଦ୍ଧାର କରିବା ସହିତ ଅଧିକ ତଦନ୍ତ ଚଳାଇଛି। ହତ୍ୟାର କାରଣ ଅସ୍ପଷ୍ଟ ଅଛି।

Hot this week

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

Related Articles

Popular Categories