www.samajalive.in
Tuesday, December 9, 2025
17.1 C
Bhubaneswar

ଅବସରପ୍ରାପ୍ତ ଅତିରିକ୍ତ ଆରକ୍ଷୀ ଅଧିକ୍ଷକଙ୍କ ପରଲୋକ

କେଶଦୁରାପାଳ :ସେବା ନିବୃତ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ତଥା ଆନନ୍ଦପୁର ବରିଷ୍ଠ ନାଗରିକ ପରିଷଦର ସଭାପତି ମହେଶ୍ୱର ମିଶ୍ର (୮୮)ଙ୍କ ପରଲୋକ ହୋଇଯାଇଛି। ଆଜି ମଙ୍ଗଳବାର ସନ୍ଧ୍ୟା ୫ଟା୧୭ ମିନିଟ୍ ସମୟରେ ସାଇ କଲୋନୀସ୍ଥିତ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଏହି ଅବସରରେ ବରିଷ୍ଠ ନାଗରିକ ପରିଷଦ ତରଫରୁ ଗଭୀର ଶୋକ ପ୍ରକାଶ କରିବା ସହ ତାଙ୍କ ପାର୍ଥିବ ଶରୀରରେ ପୁଷ୍ପମାଲ୍ୟ ଅର୍ପଣ କରି ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହ ଶେଷ ଦର୍ଶନ କରିଛନ୍ତି ।

ମୃତ୍ୟୁ ଶଯ୍ୟା ନିକଟରେ ତାଙ୍କ ସହିତ ବନ୍ଧୁ ପରିଜନ ଉପସ୍ଥିତ ଥିଲେ । ତାଙ୍କର ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଦୁଃଖରଛାୟା ଖେଳି ଯାଇଛି । ସେ ଜଣେ କର୍ତ୍ତବ୍ୟ ନିଷ୍ଠ ବ୍ୟକ୍ତି ଭାବେ ଜଣାଶୁଣା ଥିଲେ । ତାଙ୍କର ବିୟୋଗରେ ବହୁ ମାନ୍ୟ ଗନ୍ୟବ୍ୟକ୍ତି  ଶ୍ରୀ ମିଶ୍ରଙ୍କ ବାସଭବନରେ ପହଞ୍ଚି   ପରିବାର କୁ ସମବେଦନା ଜଣାଇବା ସହିତ ଶେଷ ଦର୍ଶନ କରିଥିଲେ । ଆସନ୍ତା କାଲି ତାଙ୍କର ଶେଷକୃତ୍ୟ ସଂପର୍ଣ୍ଣ କରାଯିବ ବୋଲି  ଜଣାପଡ଼ିଛି  ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories