www.samajalive.in
Saturday, December 13, 2025
15.1 C
Bhubaneswar

ତ୍ରିଲୋଚନପୁର ଅନୁସୂଚୀତ ଜାତି ଓ ଜନ ଜାତି ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ

କେଶଦୁରାପାଳ :ଘଷିପୁରା ବ୍ଲକ୍ ଅନ୍ତର୍ଗତ ତ୍ରିଲୋଚନପୁର ଅନୁସୂଚୀତ ଜାତି ଓ ଜନ ଜାତି ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଧନୁର୍ଯ୍ୟୟ ମହାନ୍ତଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ହୋଇଯାଇଅଛି। ମୁଖ୍ୟ ଅତିଥି ଭାବେ ମଣ୍ଡଳ ଶିକ୍ଷା ନିରୀକ୍ଷକ ସଞ୍ଚିତା ବେହେରା ଯୋଗ ଦେଇ ଛାତ୍ରୀମାନଙ୍କୁ ଚରିତ୍ରବାନ ହେବାକୁ ପରାମର୍ଶ ଦେଇଥିଲେ।ମୁଖ୍ୟ ବକ୍ତାଭାବେ ଶିଶୁ ସାହିତ୍ୟିକ ରାମଚନ୍ଦ୍ର ନାୟକ , ବିଶେଷ ଅତିଥି ଭାବେ ଜିଲା ଶିକ୍ଷା ନିରୀକ୍ଷକ ସଂଜୟ କୁମାର ଧଳ,ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଘଷିପୁରା ଗୋଷ୍ଠି ଉନ୍ନୟନ ଅଧିକାରୀ ମାନସରଞ୍ଜନ ସାମଲ ଯୋଗ ଦେଇ ଛାତ୍ର ଛାତ୍ରୀଗଣ ସୁନାଗରିକ ହେବାକୁ ପରାମର୍ଶ ଦେଇଥିଲେ।

ଅନ୍ୟତମ ସମ୍ମାନିତ ଅତିଥ୍ ରୂପେ ଗୋହିରା ସରପଞ୍ଚ ମନ୍ଦାକିନୀ ପାତ୍ର,ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ବିଜୟ କୁମାର ପୂର୍ତ୍ତି ,ବ୍ଲକ ଶିକ୍ଷା ଅଧିକାରୀ ତପୋଧନ ସ୍ୱାଇଁ,ବିଦ୍ୟାଳୟ ସଭାପତି ବଟକୃଷ୍ଣ ସୋରେନ ପ୍ରମୁଖ ଯୋଗଦେଇ ଛାତ୍ର ଛାତ୍ରୀମାନେ ବିଦ୍ୟାଳୟର ଟେକ ରଖିବାକୁ ମତ ପୋଷଣ କରିଥିଲେ। ସହକରୀ ଶିକ୍ଷୟତ୍ରୀ ଅନୁପମା ରାଉତ
ଅତିଥି ପରିଚୟ ପ୍ରଦାନ କରିଥିବାବେଳେ ଭଗ୍ୟଲକ୍ଷ୍ମି ପାତ୍ର ସ୍ୱାଗତ ଭାଷଣ ଦେଇଥିଲେ। ପ୍ରଧାନ ଶିକ୍ଷକ ଧନୁର୍ଯ୍ୟୟ ମହାନ୍ତ ବାର୍ଷିକ ବିବରଣୀ ପାଠ କରିଥିଲେ।

- Advertisement -

ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ବ ହାସଲ କରିଥିବାଛାତ୍ର ଛାତ୍ରୀଙ୍କୁ ଅତିଥି ଗଣ ପୁରସ୍କୃତ କରିଥିଲେ। ସଭା ଶେଷରେ ଛାତ୍ରୀ ମାନଙ୍କ ଦ୍ବାରା ରଙ୍ଗା ରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଶିକ୍ଷକ ରାଜକିଶୋର ମଲିକ,ଚାନ୍ଦ ମଞ୍ଚ ପରିଚାଳନା କରିଥିବା ବେଳେ ଶିକ୍ଷୟିତ୍ରୀ କନକ ଲତା ବେହେରା, ମିତାଞ୍ଜଳି ବାରିକ୍, ଗୀତା ରାଣୀ ଜେନା ,ପ୍ରିତମ୍ ରାଉତ, ତୃପ୍ତିମୟୀ ବେଜ୍ ସହ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ କାର୍ଯ୍ୟକ୍ରମ ରିଚାଳନାରେ ସ‌ହଯୋଗ କରିଥିଲେ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories