www.samajalive.in
Saturday, December 13, 2025
15.1 C
Bhubaneswar

ନେଲୁଙ୍ଗ ସଂରକ୍ଷିତ ଜଙ୍ଗଲ ନିକଟରୁ ମୃତ ଭାଲୁ ଉଦ୍ଧାର

କେନ୍ଦୁଝରଗଡ: କେନ୍ଦୁଝର ସଦର ବନାଞ୍ଚଳ ନେଲୁଙ୍ଗ ସଂରକ୍ଷିତ ଜଙ୍ଗଲ ନିକଟରୁ ଶୁକ୍ରବାର ଏକ ମୃତ ଭାଲୁକୁ ବନବିଭାଗ ଉଦ୍ଧାର କରିଛି। ସକାଳେ ଗାଁ ଲୋକେ ଶୌଚ ପାଇଁ ନିକଟସ୍ଥ ଜଙ୍ଗଲକୁ ଯାଇଥିବା ବେଳେ ଏକ ଭାଲୁ ମରି ପଡିଥିବା ଦେଖି ଗାଁ ଲୋକ ବନବିଭାଗକୁ ଖବର ଦେଇଥିଲେ।

ଗ୍ରାମବାସୀଙ୍କ ନିକଟରୁ ବନବିଭାଗ ଖବର ପାଇବା ପରେ ଘଟଣାସ୍ଥଳରେ ମୃତ ଭାଲୁକୁ ଉଦ୍ଧାର କରି ମୃତ୍ୟୁର ପ୍ରାଥମିକ ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି। ମୃତ ଭାଲୁଟିର ମୁହଁ ଓ ଗୋଡରୁ ରକ୍ତସ୍ରାବ ହେଉଥିବା ବେଳେ ଏହା ଭାଲୁପଲଙକ ମଧ୍ୟରେ ଗୋଷ୍ଠୀ ସଂଘର୍ଷରୁ ହୋଇଥିବା ବନ ବିଭାଗ ପକ୍ଷରୁ ପ୍ରାଥମିକ ତଦନ୍ତରୁ କୁହାଯାଇଛି। ତେବେ ଭାଲୁଟିର ମୃତଦେହ ବ୍ୟବଛେଦ ରିପୋର୍ଟ ଆସିବା ପରେ ପ୍ରକୃତ କାରଣ ଜଣାପଡିବ ବୋଲି ସହକାରୀ ବନ ସଂରକ୍ଷକ ଅଶୋକ କୁମାର ଦାସ କହିଛନ୍ତି।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories