www.samajalive.in
Saturday, December 6, 2025
26.1 C
Bhubaneswar

ଖଲ୍ଲିକୋଟ ହିଂସା: ୮ ଗିରଫ

ଖଲ୍ଲିକୋଟ : ଖଲ୍ଲିକୋଟ ଶ୍ରୀକୃଷ୍ଣଶରଣପୁର ହିଂସାକାଣ୍ଡ ଘଟଣାରେ ୮ ଗିରଫ। ଆକ୍ରମଣକାରୀଙ୍କ ମଧ୍ୟରୁ ୮ ଜଣଙ୍କୁ ପୁଲିସ୍ ଗିରଫ କରିଛି। ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଶ୍ରୀକୃଷ୍ଣସରଣପୁର ଗାଁରେ ପୋଷ୍ଟର ମାରିବାକୁ କେନ୍ଦ୍ର କରି ବୁଧବାର ରାତିରେ ବିଜେଡି ଓ ବିଜେପିର ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଥିଲା। ଗୋଟିଏ ଗୋଷ୍ଠୀର ଖଣ୍ଡା ଚୋଟରେ ବିଜେପିର ୪ ଜଣ କର୍ମୀ ଆହତ ହୋଇଥିଲେ। ଗୁରୁତରଙ୍କୁ ତୁରନ୍ତ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ଆଜି ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ଘଟିଛି।  ସେପଟେ ଘଟଣାକୁ ନେଇ ପରିବାର ଲୋକଙ୍କ ସହ ମିଶି ଥାନା ଘେରାଉ କରିଛି ବିଜେପି।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories