www.samajalive.in
Friday, December 12, 2025
15.1 C
Bhubaneswar

ଜଳିଗଲା ଚାଳଘର, ବୃଦ୍ଧା ମୃତ

ଖଣ୍ଡପଡ଼ା : ଖଣ୍ଡପଡ଼ା ବ୍ଲକ ଅଧୀନ କିଆଝର ଗ୍ରାମରେ ଗୁରୁବାର ରାତିରେ ଏକ ଚାଳଘର ଜଳି ଯାଇଛି। ଫଳରେ ଘର ଭିତରେ ଶୋଇଥିବା ହୀରା ନାଏକ(୭୫) ନିଆଁରେ ପୋଡ଼ି ପ୍ରାଣ ହରାଇଛନ୍ତି। ସ୍ଥାନୀୟ ଲୋକଙ୍କ ସହାୟତାରେ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର କରାଯାଇଛି।

ଗ୍ରାମବାସୀଙ୍କଠାରୁ ଖବରପାଇ ଖଣ୍ଡପଡ଼ା ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଖଣ୍ଡପଡ଼ା ଥାନାଧିକାରୀ ନିହାର ରଞ୍ଜନ ମହାନ୍ତି ସଦଳବଳ ଶୁକ୍ରବାର ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଖଣ୍ଡପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବ୍ୟବଚ୍ଛେଦ କରାଇଥିବା ଜଣାଯାଇଛି। ଏ ସମ୍ପର୍କରେ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ଅଗ୍ନିକାଣ୍ଡରେ କ୍ଷତିଗ୍ରସ୍ତ ପରିବାରଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି ହେଉଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories