www.samajalive.in
Saturday, December 6, 2025
26.1 C
Bhubaneswar

୪ ଘଣ୍ଟା ପାଇଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ପୁରୀ: ଆଜି(ସୋମବାର) ଶ୍ରୀଜିଉଙ୍କ ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ । ଏଥିଲାଗି ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ପରମ୍ପରା ଅନୁସାରେ ଦ୍ବିତୀୟ ଭୋଗ ମଣ୍ଡପ ନୀତି ଶେଷ ହେବା ପରେ ଭିତରୁ ଜୟ ବିଜୟ ଦ୍ବାର ବନ୍ଦ ହେବ । ଦଇତାପତି ଭିତରେ ପ୍ରବେଶ  କରି ରତ୍ନ ସିଂହାସନ ଉପରକୁ ଯିବେ । ଏବଂ ବଳଭଦ୍ର , ଶ୍ରୀ ଜଗନ୍ନାଥ, ଦେବୀ ସୁଭଦ୍ରାଙ୍କ ଶ୍ରୀଅଙ୍ଗରେ ଖସାପଡା ଲାଗି କରିବେ। ନୀତି ସମ୍ପନ୍ନ ହେବା ପରେ ମହାପ୍ରଭୁଙ୍କୁ  ମହାସ୍ନାନ ଓ ବେଶ କରାଯିବ ।  ପରେ ଆଳତି , ସନ୍ଧ୍ୟା ଧୂପ , ଚନ୍ଦନ ଲାଗି , ବଡ ସିଂହାର ବେଶ , ବଡ ସିଂହାର ଭୋଗ , ରାତ୍ର ପହୁଡ ହେବ।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories