www.samajalive.in
Thursday, December 11, 2025
16.1 C
Bhubaneswar

ରାଜ୍ୟରେ ଖୋଲିଲା ୩୦ଟି ଖେଲୋ ଇଣ୍ଡିଆ ସେଣ୍ଟର

ଭୁବନେଶ୍ଵର: ରାଜ୍ୟରେ ଖୋଲିଲା ୩୦ଟି ଖେଲୋ ଇଣ୍ଡିଆ ସେଣ୍ଟର। ୩୦ଟି ଜିଲାର ୩୦ ବିଦ୍ୟାଳୟରେ ଖେଲୋ ଇଣ୍ଡିଆ ସେଣ୍ଟର ଉଦ୍‌ଘାଟିତ ହୋଇଛି। ରବିବାର ଏନେଇ ସୂଚନା ଦେଇଛନ୍ତି କ୍ରୀଡ଼ାମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ।

ମନ୍ତ୍ରୀ କହିଛନ୍ତି ଯେ, ବିଭିନ୍ନ ଜିଲାର କ୍ରୀଡ଼ା ଓ ସଂସ୍କୃତିକୁ ଗୁରୁତ୍ବ ଦିଆଯିବ। ସେଣ୍ଟରଗୁଡ଼ିକରେ ବାର୍ଷିକ ୫ ଲକ୍ଷ ଟଙ୍କା ଖର୍ଚ୍ଚ ହେବ। କ୍ରୀଡ଼ା କ୍ଷେତ୍ରରେ କ୍ୟାରିୟର ପାଇଁ ଏହାର ଗୁରୁତ୍ଵପୂର୍ଣ୍ଣ ଭୂମିକା ରହିବ। ରାଜ୍ୟ ସ୍ତରୀୟ, ସର୍ବଭାରତୀୟ ସ୍ତରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ସ୍ଥାନୀୟ ଅଞ୍ଚଳର ପୂର୍ବତନ ଖେଳାଳୀମାନେ ପ୍ରଶିକ୍ଷକ ରହିବେ। କେନ୍ଦ୍ର କ୍ରୀଡ଼ା ମନ୍ତ୍ରାଳୟ ସହଯୋଗରେ ଏହି ୩୦ଟି ସେଣ୍ଟର ଖୋଲାଯାଇଛି।

Hot this week

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

Related Articles

Popular Categories