www.samajalive.in
Monday, December 15, 2025
24.1 C
Bhubaneswar

ଖିରେଇଟାଙ୍ଗିରି ଆଦର୍ଶ ଗ୍ରାମ ପଞ୍ଚାୟତ ଘୋଷିତ

ପାଟଣା: ପାଟଣା ବ୍ଲକ ଅନ୍ତର୍ଗତ ଖିରେଇଟାଙ୍ଗିରି ଗ୍ରାମ ପଞ୍ଚାୟତକୁ କେନ୍ଦୁଝର ସାଂସଦ ଅନନ୍ତ ନାୟକ ଆଦର୍ଶ ଗ୍ରାମ ପଞ୍ଚାୟତ ଘୋଷଣା କରିଛନ୍ତି। ଖିରେଇଟାଙ୍ଗିରି ପଞ୍ଚାୟତ ୬ଟି ଗ୍ରାମ ଓ ୧୨ଟି ୱାର୍ଡ ଅଞ୍ଚଳକୁ ନେଇ ଗଠିତ। ଏହି ଗ୍ରାମ ମଧ୍ୟ ଦେଇ ମୁମ୍ବାଇ-କଲକାତା ୪୯ ନଂ ଜାତୀୟ ରାଜପଥ ଯାଇଛି। ଖିରେଇଟାଙ୍ଗିରିରେ ଅନୁଷ୍ଠିତ ସାଧାରଣ ସଭାରେ ମୁଖ୍ୟଅତିଥି ଭାବେ ଯୋଗଦେଇ ସାଂସଦ ଶ୍ରୀ ନାଏକ ପଞ୍ଚୟତକୁ ଆଦର୍ଶ ଗ୍ରାମ ଘୋଷଣା କରିଛନ୍ତି। କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ, ବିଜେପି ପୂର୍ବତନ ଜିଲ୍ଲା ସଭାପତି ତଥା ରାଜ୍ୟ କୃଷକ ମୋର୍ଚ୍ଚା ଉପସଭାପତି ରାଧାକାନ୍ତ ମହାନ୍ତ ପ୍ରମୁଖ କାର୍ଯ୍ୟକ୍ରମରେ ସାମିଲ ଥିଲେ । ପଞ୍ଚାୟତକୁ ଆଦର୍ଶ ପଞ୍ଚାୟତ ଘୋଷଣା କରିଥିବାରୁ ପୂର୍ବତନ ସରପଞ୍ଚ ତଥା ବିଜେପି ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ବନଜ କୁମାର ନାଏକ ସାଂସଦଙ୍କୁ କୃତଜ୍ଞତା ଜଣାଇଛନ୍ତି।

Hot this week

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

Related Articles

Popular Categories