ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫ ମାମଲା; ରାୟ ସଂରକ୍ଷିତ
ଖୋର୍ଦ୍ଧା : ଚିଲିକା ବିଧାୟକ ତଥା ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନର ଶୁଣାଣି ହୋଇଛି। ଖୋର୍ଦ୍ଧା ଜିଲ୍ଲା ଅତିରିକ୍ତ କୋର୍ଟରେ ଶୁଣାଣି ଶେଷ ହୋଇଥିବା ବେଳେ ରାୟ ସଂରକ୍ଷିତ ରଖିଛନ୍ତି କୋର୍ଟ। ଆଇନଜୀବୀ ପିତାମ୍ବର ଆଚାର୍ଯ୍ୟଙ୍କ ସମେତ ୪୦ଜଣ ଆଇନଜୀବୀ ଯୁକ୍ତି ଉପସ୍ଥାପନ କରିଥିଲେ। ବେଗୁନିଆ କାଉଁରୀପାଟଣା ପ୍ରକଳ୍ପ ବିଦ୍ୟାଳୟର ୧୪୪ ନଂ ବୁଥରେ ଗଣ୍ଡଗୋଳ, ମାରପିଟ୍ ଓ ଇଭିଏମ ଭଙ୍ଗାରୁଜା ଅଭିଯୋଗରେ ପ୍ରଶାନ୍ତ ଜଗଦେବଙ୍କୁ ଗିରଫ କରିଛି ପୋଲିସ ।
Comments are closed.