www.samajalive.in
Monday, December 8, 2025
20.1 C
Bhubaneswar

ଖୋର୍ଦ୍ଧାରେ ଆନ୍ତର୍ଜାତୀୟ ଶିଶୁ କନ୍ୟା ଦିବସ

ଖୋର୍ଦ୍ଧା: ଜିଲା ଶିଶୁ ସୁରକ୍ଷା ୟୁନିଟ ଏବଂ ପୋଷଣ ଖୋର୍ଦ୍ଧାର ମିଳିତ ସହଯୋଗରେ ଖୋର୍ଦ୍ଧା ଜିଲା ପରିଷଦ ସଭାଗୃହରେ ଜିଲାସ୍ତରୀୟ ଆନ୍ତର୍ଜାତୀୟ ଶିଶୁ କନ୍ୟା ଦବସ ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟଅତିଥି ଭାବେ ଜିଲା ପରିଷଦ ସଭାପତି ରୂପଶ୍ରୀରାଣୀ ଗୁମାନସି, ସମ୍ମାନିତ ଅତିଥି ଭାବେ ଖୋର୍ଦ୍ଧା ଆରକ୍ଷୀ ଅଧ୍ୟକ୍ଷା ସାଗରିକା ନାଥ ଯୋଗଦେଇ ଆଜିର ଶିଶୁ କନ୍ୟା ଭବିଷ୍ୟତର ନାରୀ ଏବଂ ଶିଶୁ କନ୍ୟାମାନଙ୍କୁ ଉପଯୁକ୍ତ ଯତ୍ନ ନେବା ଆବଶ୍ୟକ ବୋଲି ପ୍ରକାଶ କରିଥିଲେ। କେନ୍ଦ୍ର ସରକାରଙ୍କ ବେଟୀ ବଚାଓ ବେଟୀ ପଢ଼ାଓ ଯୋଜନା ମାଧ୍ୟମରେ ଶିଶୁ କନ୍ୟାମାନଙ୍କୁ ଆଗକୁ ବଢ଼ିବା ପାଇଁ ପ୍ରୋତ୍ସାହିତ କରାଯାଇଥିବା ଆରକ୍ଷୀ ଅଧ୍ୟକ୍ଷା ସାଗରିକା ନାଥ ଆଲୋକପାତ କରିଥିଲେ। ସେହିପରି ଅଡ଼୍ୟମାନଙ୍କ ମଧ୍ୟରେ ଟାଙ୍ଗୀ ପଞ୍ଚାୟତ ସମିତି ଅଧ୍ୟକ୍ଷା ବାଣୀଶ୍ରୀ ପଟ୍ଟନାୟକ ପ୍ରମୁଖ ଯୋଗଦେଇ ଏହି ଦିବସ ଉପରେ ଆଲୋକପାତ କରିଥିଲେ।

କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ ପ୍ରତାପଚନ୍ଦ୍ର ବେଉରା ସ୍ୱାଗତ ଭାଷଣ ପ୍ରଦାନ କରିବା ସହିତ ଶିଶୁ କନ୍ୟା ଦିବସର ଆଭିମୁଖ୍ୟ ଉପରେ ଆଲୋକପାତ କରିଥିଳେ। ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ହାସଲ କରିଥିବା ଶିଶୁ କନ୍ୟାମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। କାର୍ଯ୍ୟକ୍ରମକୁ ଜିଲା ଶଶୁ ସୁରକ୍ଷା ୟୁନିଟର ପରାମର୍ଶଦାତା ମନସ୍ୱୀନି ମହାପାତ୍ର, ପୋଷଣ ଜିଲା ସୋଂଯାଜିକା ଅଭିଲିପ୍ସା, ଅର୍ଚ୍ଚନା ରାୟ, ରିତାଞ୍ଜଳୀ ମହନ୍ତି ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories