www.samajalive.in
Monday, December 15, 2025
17.1 C
Bhubaneswar

ଖୋର୍ଦ୍ଧାରୋଡ଼ ଓ ସମ୍ବଲପୁର ରେଳମଣ୍ଡଳକୁ ମିଳିଲା ସାମଗ୍ରିକ ଦକ୍ଷତା ପୁରସ୍କାର

ପୂର୍ବତଟ ରେଳପଥ ପକ୍ଷରୁ ଆଜି ଭୁବନେଶ୍ୱରସ୍ଥ ରେଳବାଇ ଅଡିଟୋରିୟମ ଠାରେ ୬୬ତମ ରେଳସପ୍ତାହ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ପାଳିତ ହୋଇଯାଇଅଛି। ଏହି ସମାରୋହ ରେ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ବିଦ୍ୟା ଭୂଷଣ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ସମସ୍ତ କୃତି କର୍ମଚାରୀ ଓ ଅଧିକାରୀମାନଙ୍କୁ ସେମାନଙ୍କର କାର୍ଯ୍ୟ ଦକ୍ଷତା ପାଇଁ ପୁରସ୍କୃତ କରିଛନ୍ତି। ଏଥିରେ ପୂର୍ବତଟ ରେଳପଥର ଅତିରିକ୍ତ ମହାପ୍ରବନ୍ଧକ ସୁଧୀର କୁମାର ସମ୍ମାନିତ ଅତିଥି ଭାବେ ଯୋଗଦାନ କରିଥିଲେ।

ରେଳବାଇ କର୍ମଚାରୀମାନଙ୍କୁ ଉଦବୋଧନ ଦେଇ ମହାପ୍ରବନ୍ଧକ ରେଳବାଇ କର୍ମଚାରୀଙ୍କ ପ୍ରଗତିଶୀଳ ଉଦ୍ଦେଶ୍ୟ ଓ କର୍ତ୍ତବ୍ୟ ସମ୍ପାଦନ କରି ରେଳବାଇକୁ ମୂଲ୍ୟବାନ ଅବଦାନ ପ୍ରଦାନ ସହ ଉତ୍କର୍ଷତା ଆଣିବାରେ ସହାୟକ ହୋଇଥିବାରୁ ସେମାନଙ୍କୁ କୃତଜ୍ଞତା ଜ୍ଞାପନ କରିବା ସହିତ ଏହି ଉଦ୍ୟମ ଓ ନିଷ୍ଠା ଜାରିରଖିବାକୁ ଆହ୍ୱାନ ଦେଇଛନ୍ତି ଯାହା ଫଳରେ ଏହି ରେଳପଥ ଏକ ଶ୍ରେଷ୍ଠ ରେଳ ଜୋନ ଭାବେ ନିଜକୁ ବଜାୟ ରଖିବ।

- Advertisement -

ଖୋର୍ଦ୍ଧା ରୋଡ ରେଳ ମଣ୍ଡଳକୁ ସିଭିଲ ଇଂଜିନିୟରିଂ, ଟ୍ରେନ ପରିଚାଳନା ଓ ବାଣିଜ୍ୟ ଦକ୍ଷତା ପୁରସ୍କାର ମିଳିଥିବା ବେଳେ ୱାଲଟିୟର ରେଳ ମଣ୍ଡଳକୁ ବିତ୍ତ (ଫାଇନାନ୍ସ), କୋଚିଂ ଡିପୋ ଓ କାର୍ମିକ ବିଭାଗ ଦକ୍ଷତା ସୀଲଡ଼ ଗ୍ରହଣ କରିଛି। ସେହିଭଳି ବିଦ୍ୟୁତ ପରିଚାଳନା ଓ ଯାନ୍ତ୍ରିକ (ମେକାନିକାଲ) ଦକ୍ଷତା ସୀଲଡ଼ ସମ୍ବଲପୁର ରେଳ ମଣ୍ଡଳକୁ ପ୍ରଦାନ କରାଯାଇଅଛି।

ଏହି ଅବସରରେ ସବୁ କ୍ଷେତ୍ରରେ କାର୍ଯ୍ୟ ଦକ୍ଷତା ପାଇଁ ଖୋର୍ଦ୍ଧା ରୋଡ଼ ରେଳମଣ୍ଡଳକୁ ସାମଗ୍ରିକ ଦକ୍ଷତା ସିଲଡ଼, ବ୍ରହ୍ମପୁର ରେଳ ଷ୍ଟେସନ୍କୁ ଉତ୍ତମ ବୃହତ ପରିଚ୍ଛନ୍ନ ଷ୍ଟେସନ ଓ ହଣ୍ଡପା ରେଳଷ୍ଟେସନ୍କୁ ଉତ୍ତମ ଛୋଟ ପରିଚ୍ଛନ୍ନ ଷ୍ଟେସନ ସିଲଡ଼ ପ୍ରଦାନ କରାଯାଇ ଅଛି। ରେଳପଥର ବରିଷ୍ଠ ଉପମହାପ୍ରବନ୍ଧକ ଶ୍ରୀ ସଞ୍ଜୟ ମହାପାତ୍ର ସ୍ୱାଗତ ଭାଷଣ ପ୍ରଦାନ କରି ରେଳସପ୍ତାହ ଉପରେ ଆଲୋକପାତ କରିଥିବାବେଳେ ଅତିରିକ୍ତ ମହାପ୍ରବନ୍ଧକ ସୁଧୀର କୁମାର ମଧ୍ୟ ରେଳ କର୍ମଚାରୀମାନଙ୍କୁ ଉଦବୋଧନ ଦେଇଥିଲେ। ଉପ ମହାପ୍ରବନ୍ଧକ ଅଶୋକ କୁମାର ମିଶ୍ର ଏହି ଅବସରରେ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories