www.samajalive.in
Saturday, December 6, 2025
17.1 C
Bhubaneswar

ଟ୍ରାକ୍ଟର ଧକ୍କାରେ ଶିକ୍ଷୟିତ୍ରୀଙ୍କ ମୃତ୍ୟୁ

ଖୁଣ୍ଟା: ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକରେ ଅଭାବନୀୟ ଘଟଣା ଘଟିଛି। ଟ୍ରାକ୍ଟର ଧକ୍କାରେ ସ୍କୁଲ ଶିକ୍ଷୟିତ୍ରୀଙ୍କର ମୃତ୍ୟୁ ଘଟିଛି। ମୃତକ ପ୍ରାଥମିକ ସ୍କୁଲ ଶିକ୍ଷୟିତ୍ରୀ ଦେବସ୍ମିତା ବିନ୍ଧାଣୀ ବୋଲି ଜଣାପଡିଛି।  ଆଜି ସକାଳେ ଦେବସ୍ମୀତା ସ୍କୁଲକୁ ଯାଉଥିବାବେଳେ ଏକ ଟ୍ରାକ୍ଟର ତାଙ୍କୁ ଧକ୍କା ଦେଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଚିକିତ୍ସା ପାଇଁ ବାରିପଦା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଶିକ୍ଷୟିତ୍ରୀଙ୍କ ମୃତ୍ୟୁରେ ବ୍ଲକର ଶିକ୍ଷକ ଓ ଛାତ୍ରଛାତ୍ରୀଙ୍କ ମହଲରେ ଶୋକର ଛାୟା ଖେଳିଯାଇଛି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

Related Articles

Popular Categories