www.samajalive.in
Saturday, December 6, 2025
14.1 C
Bhubaneswar

ଗଣେଶ ଭସାଣି ବେଳେ ଛୁରାମାଡ: ଜଣେ ମୃତ

କଟକ: ଆଠଗଡ ଖୁଣ୍ଟୁଣୀ ଧୁରୁସିଆ ଗାଁରେ ଅଭାବନୀୟ ଘଟଣା ଘଟିଛି।  ଗଣେଶ ମୂର୍ତ୍ତି ଭସାଣି ବେଳେ ଛୁରାମାଡ ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଛି। ମଙ୍ଗଳବାର ରାତିରେ ଗଣେଶ ଗୋପାଳ ସାହି ଏବଂ ହରିଜନ ସାହିର ଭସାଣି ଚାଲିଥିବାବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ଛୁରାମାଡ ହୋଇଛି। ଆଉ ଦୁଇ ଗୁରୁତରଙ୍କୁ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଛି। ଗାଁରେ ଏବେବି ଚାପା ଉତ୍ତେଜନା ଜାରି ରହିଛି। ବ୍ୟକ୍ତି ଜଣକ ଭସାଣି ଦେଖିବାକୁ ଯାଇଥିବାବେଳେ ଛୁରାମାଡରେ ତାଙ୍କର ମୃତ୍ୟୁ ଘଟିଛି। ଘଟଣାରେ ପୁଲିସ ଦୁଇ ଜଣଙ୍କୁ ଅଟକ ରଖି ଅଧିକ ପଚରାଉଚରା ଜାରି ରଖିଛି। ତେବେ ଭସାଣି ସମୟରେ ପୁଲିସ୍ ଉପସ୍ଥିତିରେ କିଭଳି ଏଭଳି ଅଘଟଣ ଘଟିଲା , ତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories