www.samajalive.in
Monday, December 15, 2025
27.1 C
Bhubaneswar

ବିଳମ୍ବିତ ଖୋର୍ଦ୍ଧା-ବଲାଙ୍ଗିର ରେଳପଥ କାର୍ଯ୍ୟ

ବଲାଙ୍ଗିର : ବଲାଙ୍ଗିର ପିପି ଏକାଡେ଼ମୀର ସମ୍ମିଳନୀ କକ୍ଷରେ ଖୋର୍ଦ୍ଧା-ବଲାଙ୍ଗିର ରେଳପଥ ସଂଘର୍ଷ ସମିତିର ଆବାହକ ଗୋପାଳଜୀ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଛି।
ଗତ ଦୁଇ ଦଶନ୍ଧି ଧରି ପଶ୍ଚିମ ଓଡ଼ିଶାବାସୀଙ୍କ ସ୍ବପ୍ନ ଖୋର୍ଦ୍ଧା- ବଲାଙ୍ଗିର ରେଳ ପ୍ରକଳ୍ପରେ ହେଉଥିବା ବିଳମ୍ବ ତଥା ବୈମାତୃକ ମନୋଭାବର ବିରୋଧରେ ସୃଷ୍ଟି ହୋଇଥିବା ଖୋର୍ଦ୍ଧା-ବଲାଙ୍ଗିର ରେଳପଥ ସଂଘର୍ଷ ସମିତି ଆସନ୍ତା ୧୪ ତାରିଖରେ ବଲାଙ୍ଗିର, ବୌଦ୍ଧ ଓ ସୋନପୁର ଜିଲାର ଜିଲାପାଳଙ୍କ କାର୍ଯ୍ୟଳୟ ସମ୍ମୁଖରେ ସକାଳ ୯ଟାରୁ ଦିନ ଗୋଟାଏ ଯାଏଁ ପ୍ରତୀକାତ୍ମକ ଧାରଣାରେ ବସିବ।

ରେଳ ବିଭାଗ ମନ୍ତ୍ରୀ, ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଜିଲ୍ଲାପାଳଙ୍କ ଜରିଆରେ ଦାବିପତ୍ର ପ୍ରଦାନ କରାଯିବ ବୋଲି ଶ୍ରୀ ପାଣିଗ୍ରାହୀ କହିଛନ୍ତି। ଆଜିର ସାମ୍ବାଦିକ ସମ୍ମିଳନୀରେ ବିଜେପିର ଜିଲା ସଭାପତି ଶିବାଜୀ ମହାନ୍ତି, କଂଗ୍ରେସର ଜିଲା ସଭାପତି ଦିଲୀପ କୁମାର ବେହେରା, ବଲାଙ୍ଗିର ନାଗରିକ କମିଟିର ସାଧାରଣ ସମ୍ପାଦକ ମନୋରଞ୍ଜନ ସାହୁ, ବରିଷ୍ଠ ନାଗରିକ ସଙ୍ଘର ସଭାପତି ପ୍ରଭାକର ମିଶ୍ର, କମିଟିର ଜିଲା ସଂଯୋଜକ ଭବାନୀ ଶଙ୍କର ଶତପଥୀ, ବଲାଙ୍ଗିର ଏକ୍ସନ କମିଟିର ଉପସଭାପତି ସୁଶାନ୍ତ ପଟ୍ଟନାୟକ(ମୁନା), ଯୁବ ଏକ୍ସନ କମିଟିର ସଭାପତି ବିନୋଦ କାଲସାଏ ପ୍ରମୁଖ ମଞ୍ଚାସିନ ହୋଇ ଆସନ୍ତା ୧୪ ତାରିଖରେ ଖୋର୍ଦ୍ଧା-ବଲାଙ୍ଗିର ରେଳପଥ ସଂଘର୍ଷ ସମିତିର କାର୍ଯ୍ୟକ୍ରମକୁ ସମ୍ପୂର୍ଣ୍ଣ ସମର୍ଥନ ଜଣେଇବା ସହ କାର୍ଯ୍ୟକ୍ରମରେ ଭାଗ ନେବା ପାଇଁ ସହମତି ଜଣାଇ ଥିଲେ। ଆଜିର ସାମ୍ବାଦିକ ସମ୍ମିଳନୀରେ, ପିତାମ୍ବର ବନଛୋର(ପିଙ୍କୁ), ରବି ଖମାରି,ପ୍ରମୋଦ ସାହୁ ପ୍ରମୁଖ ଥିଲେ।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories