www.samajalive.in
Saturday, December 6, 2025
14.1 C
Bhubaneswar

ଦନ୍ତା ଆକ୍ରମଣରେ ନାବାଳକ ପୁଅ ମୃତ, ମାଆ ଗୁରୁତର

ଖୋର୍ଦ୍ଧା: ଦିନକୁ ଦିନ ହାତୀ ଉପଦ୍ରବ ବୃଦ୍ଧି ପାଇବାରେ ଲାଗିଛି। ହାତୀ-ମଣିଷ ଲଢେଇ ମଧ୍ୟରେ କେତେବେଳେ ହାତୀର ମୃତ୍ୟୁ ଘଟୁଛି ତ କେତେବେଳେ ମଣିଷ ତାର ବହୁମୂଲ୍ୟ ଜୀବନ ହରାଉଛି। ଆଜି ଏଭଳି କିଛି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଖୋର୍ଦ୍ଧା ଜିଲ୍ଲାରେ। ଦନ୍ତା ହାତୀ ଆକ୍ରମଣରେ ପୁଅର ମୃତ୍ୟୁ ଘଟିଥିବାବେଳେ ମାଆ ଗୁରୁତର ଆହତ ହୋଇଛନ୍ତି। ମହତପଲା ଗାଁରେ ଶୌଚ ପାଇଁ ଯିବାବେଳେ ମାଆ , ପୁଅ ହାତୀ ଆକ୍ରମଣର ଶିକାର ହୋଇଥିବା ସୂଚନା ମିଳିଛି। ହାତୀ ଆକ୍ରମଣରେ ନାବାଳକ ପୁଅର ମୃତ୍ୟୁ ଘଟିଥିବାବେଳେ ଗୁରୁତର ମାଆକୁ ଉଦ୍ଧାର କରାଯାଇ ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି କରାଯାଇଛି। ପରେ ଖବର ପାଇ ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories