www.samajalive.in
Saturday, December 6, 2025
23.1 C
Bhubaneswar

ବିଦ୍ୟୁତ୍ ଆଘାତରେ ହାତୀ ମୃତ୍ୟୁ: ବିଲରୁ ମିଳିଲା ମୃତଦେହ

ଖୋର୍ଦ୍ଧା: ଦିନକୁ ଦିନ ହାତୀ ଉପଦ୍ରବ ବୃଦ୍ଧି ପାଇବାରେ ଲାଗିଛି। ହାତୀ-ମଣିଷ ଲଢେଇ ମଧ୍ୟରେ କେତେବେଳେ ହାତୀ ର ଜୀବନ ଯାଉଛି ତ ଆଉ କେତେବେଳେ ହାତୀ ଆକ୍ରମଣରେ ମଣିଷ ତାର ବହୁମୂଲ୍ୟ ଜୀବନ ହରାଉଛି। ଖୋର୍ଦ୍ଧା ରେଞ୍ଜ ଡାଳତୋଡା କଣିବାରି ଫସଲ ବିଲରୁ ଏକ ମାଈ ହାତୀର ମୃତଦେହ ଉଦ୍ଧାର ହୋଇଛି। ଗତକାଲି ହାତୀରୁ ହାତୀଟିର ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଛି। ହାତୀଟିର ବେକରେ କ୍ଷତ ଚିହ୍ନ ଦେଖିବାକୁ ମିଳିଛି। ବର୍ତ୍ତମାନ ପର୍ଯ୍ୟନ୍ତ ହାତୀ ମୃତ୍ୟୁର କାରଣ ଜଣାପଡିନାହିଁ। ଖବର ପାଇ ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି। ଗତ କିଛି ଦିନ ହେବ ଖୋର୍ଦ୍ଧାର ଦଲକ , ପରିଛଳ , ରାଉତପଦା ଆଦି ଅଞ୍ଚଳରେ ହାତୀ ପଲ ଉତ୍ପାତ ମଚାଉଥିଲେ। ଅଞ୍ଚଳରେ ବ୍ୟାପକ ଧାନ ଫସଲ ନଷ୍ଟ କରିବା ସହ ଖାଦ୍ୟ ଅନ୍ବେଷଣ କରିବାକୁ ଯାଇ ଗାଁ ମୁହାଁ ହେଉଥିଲେ। ଗତକାଲି ରାତିରେ ହାତୀ ପଲ ଚାଷ ଜମି ଦେଇ ଚଳପ୍ରଚଳ କରିବା ସମୟରେ ବିଦ୍ୟୁତ୍ ଆଘାତ ଲାଗି ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories