www.samajalive.in
Saturday, December 6, 2025
14.1 C
Bhubaneswar

ଟ୍ରକ-କାର୍ ଧକ୍କା: ଚିକିତ୍ସାଧୀନ ଅବସ୍ଥାରେ ଗୁରୁତରଙ୍କ ମୃତ୍ୟୁ, ସଂଖ୍ୟା ୩କୁ ବୃଦ୍ଧି

ଖୋର୍ଦ୍ଧା: ଇନଫୋଭ୍ୟାଲି ଥାନା ପୀତାପଲ୍ଲୀ ଛକରେ ଟ୍ରକ-କାର୍ ଧକ୍କା ଘଟଣା। ଅନ୍ୟଜଣେ ଗୁରୁତରଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ଘଟଣାସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଆଜି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଛି। ବର୍ତ୍ତମାନ ମୃତ୍ୟୁ ସଂଖ୍ୟା ୩ ରହିଛି। ସୂଚନା ଅନୁସାରେ ଆଜି ସକାଳୁ ଏକ କାର୍ ଦ୍ରୁତ ଗତିରେ ଯାଉଥିବାବେଳେ ବିପରୀତ ଦିଗରୁ ଆସୁଥିବା ଟ୍ରକ୍ ସହ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ କାରରେ ଥିବା ଦୁଇ ଜଣଙ୍କର ମୃତ୍ୟୁ ଘଟିଥିଲା। ଚିକିତ୍ସାଧୀନ ଅବସ୍ଥାରେ ଅନ୍ୟ ଜଣେ ଗୁରୁତରଙ୍କର ମୃତ୍ୟୁ ଘଟିଛି। ସମସ୍ତ ମୃତକ ପୁରୀ ଚନ୍ଦନପୁର ଅଞ୍ଚଳର ହୋଇଥିବା ସୂଚନା ମିଳିଛି।  ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories