www.samajalive.in
Monday, December 8, 2025
14.1 C
Bhubaneswar

ଇଡ଼କୋ ଜରିଆରେ ଶାଗମାଛ ଦରରେ ସରକାର ବିକୁଛନ୍ତି ଖୋର୍ଧା ଜିଲାର ମୂଲ୍ୟବାନ ଜମି: କଂଗ୍ରେସ

ଭୁବନେଶ୍ୱର : ଖୋର୍ଦ୍ଧା ଜିଲ୍ଲାର ସମସ୍ତ ମୂଲ୍ୟବାନ ଜମିକୁ ଇଡ଼କୋ ଜରିଆରେ ରାଜ୍ୟ ସରକାର ଶାଗମାଛ ଦରରେ ବିକୁଛନ୍ତି ବୋଲି ଜଟଣୀ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ସୁରେଶ କୁମାର ରାଉତରାୟ ଏକ ସାମ୍ବାଦିକ ସମ୍ମିଳନୀରେ ଅଭିଯୋଗ କରିଛନ୍ତି। ୧୮ ହଜାର କୋଟି ଟଙ୍କାର ମୂଲ୍ୟବାନ ଜମିକୁ ୫ ହଜାର କୋଟି ଟଙ୍କାରେ ବିକ୍ରୀ କରି ହଜାର ହଜାର କୋଟି ଟଙ୍କା ଆତ୍ମସାତ କରିଛନ୍ତି। ଏହି ଦୁର୍ନୀତିକୁ ସିବିଆଇ ଦ୍ୱାରା ତଦନ୍ତ କରାଯାଇ ପ୍ରକୃତ ତଥ୍ୟ ଲୋକଲୋଚନକୁ ଆଣିବାକୁ ଶ୍ରୀ ରାଉତରାୟ ଦୃଢ଼ ଦାବି କରିଛନ୍ତି ଏବଂ ସଂପୂର୍ଣ୍ଣ ଜାଗା ଇଡ଼କୋକୁ ନଦେଇ ଗ୍ରାମରେ ଖେଳ ପଡିଆ, ମେଳଣ ପଡିଆ, ସ୍କୁଲ ପଡିଆ ଓ ଜଙ୍ଗଲ ସୃଷ୍ଟି କରାଯାଉ ବୋଲି ସେ କହିଛନ୍ତି।

ଶ୍ରୀ ରାଉତରାୟ କହିଛନ୍ତି ଯେ  ଜଟଣୀ ମ୍ୟୁନିସିପାଲିଟି ଓ ତାର ପାର୍ଶ୍ବବର୍ତୀ ୧୩ଟି ଗ୍ରାମର ସମସ୍ତ ସ୍ଥିତିବାନ ସଂପତିକୁ ୨୦୧୨ ରେ ହଠାତ ଜଣେ ସେଟଲମେଂଟ ଅଫିସର ଆସି ଶ୍ରୀ ଜଗନ୍ନାଥ ନାମରେ ନାମିତ କରିଛନ୍ତି। ଏ ଅଂଚଳର ଜନସାଧାରଣଙ୍କର ସ୍ଥିତିବାନ ସମ୍ପତି ଜଗନ୍ନାଥଙ୍କ ନାମରେ ନାମିତ ହେବା ଦ୍ୱାରା ଭାରତ ସରକାର ଓ ଓଡ଼ିଶା ସରକାରଙ୍କର କୌଣସି ଯୋଜନାରେ ଉନ୍ନତିମୂଳକ କାର୍ଯ୍ୟକ୍ରମ ଯଥା ସ୍କୁଲଘର,ଡାକ୍ତରଖାନା, ରାସ୍ତାଘାଟ, ପାଠାଗାର, କମ୍ୟୁନିଟି ସେଂଟର, ଭାଗବତ ଟୁଙ୍ଗି ପରି କୌଣସି କାର୍ଯ୍ୟ ହୋଇପାରୁ ନାହିଁ ଏବଂ ଏହି ଜମି ବିକ୍ରି ଖର୍ଦ୍ଦି ହୋଇପାରୁ ନାହିଁ। ଫଳରେ ଉଚ୍ଚଶିକ୍ଷା କ୍ଷେତ୍ରରେ ଏବଂ ବିଭାଘର, ବ୍ରତ ଘର, ବାପ ମା’ଙ୍କ ଶୁଦ୍ଧିକ୍ରିୟା ଇତ୍ୟାଦି ସାମାଜିକ କାର୍ଯ୍ୟକ୍ରମ ନିର୍ବାହ କରିବା ପାଇଁ ଆବଶ୍ୟକସ୍ଥଳେ ଏଠିକାର ଲୋକ ନିଜ ଜମିକୁ ବିକ୍ରୟ କରିପାରୁ ନାହାନ୍ତି। ୨୦୧୨ ପୂର୍ବରୁ ଏଠିକାର ଜମିଜମା, ଘରଡିହ ଯେଉଁ ସ୍ଥିତିରେ ସେହିଭଳି ସ୍ଥିତିକୁ ଆଣିବା ପାଇଁ ବାରମ୍ବାର ସରକାରଙ୍କ ନିକଟରେ ଏବଂ ବିଧାନସଭାରେ ଅନୁରୋଧ କଲେ ମଧ୍ୟ କୌଣସି ସୁଫଳ ମିଲିଲା ନାହିଁ। ସରକାରଙ୍କ ଦୃଷ୍ଟି ଆକର୍ଷଣ ପାଇଁ ଶାନ୍ତିପୂର୍ଣ୍ଣ ଭାବରେ ବହୁବାର ଆନ୍ଦୋଳନାତ୍ମକ ଭୂମିକା ନେଇଥିଲେ ମଧ୍ୟ କିଛି ନ୍ୟାୟ ପାଇପାରିଲୁ ନାହିଁ। ଯଦି ମାର୍ଚ୍ଚ ୧ ତାରିଖ ସୁଦ୍ଧା ଆମର ସ୍ଥିତିବାନ ଜମିକୁ ଫେରାଇ ନଦିଆଯାଏ, ରାଜ୍ୟ ସରକାରଙ୍କ ଉଦାସୀନତାର ଶିକାର ହୋଇଥିବା ଉପରୋକ୍ତ ଅଂଚଳର ସମସ୍ତ ଅଧିବାସୀ ସଚିବାଳୟ (ଲୋକସେବା ଭବନ)କୁ ମାର୍ଚ୍ଚ ୧ ତାରିଖରେ ଘେରାଉ କରିବୁ। ଏହାର ପରିଣତି ପାଇଁ ସରକାର ଦାୟୀ ରହିବେ ବୋଲି ଶ୍ରୀ ରାଉତରାୟ କହିଛନ୍ତି।

- Advertisement -

ଏହି ସାମ୍ବାଦିକ ସମ୍ମିଳନୀରେ ରଶ୍ମି ମହାପାତ୍ର, ମନୋରଞ୍ଜନ ଦାଶ, ଚିନ୍ମୟ ସୁନ୍ଦର ଦାସ, ଲିଙ୍ଗରାଜ ସାହୁ, ବିବେକାନନ୍ଦ ବଡଜେନା, ବିଭୂତିଭୂଷଣ ସାମନ୍ତରାୟ, ତ୍ରିଲୋଚନ ପ୍ରଧାନ, ସୁଧାଂଶୁ ମୋହନ ପଟ୍ଟନାୟକ, ପ୍ରତାପ ସାମନ୍ତରାୟ, ଡଲୁ ପାତ୍ର, କୃଷ୍ଣ ବେହେରା, ପ୍ରଭାବ ବେହେରା, ତପନ ଚକ୍ରବର୍ତୀ, ସଂଗ୍ରାମ ରାଉତରାୟ, ସୁନିଲ୍‍ ରାଉତରାୟ, ସ୍ୱାଧିନ ପ୍ରଧାନ, କଳିଙ୍ଗ ସାହୁ, ଅନନ୍ତ ବେହେରା, ଆଲୋକ ମହାନ୍ତି, ନୌସରୀ ଅଲ୍ଲୀ, ପ୍ରଶାନ୍ତ ସାହୁ, ସିଲୁ ରଥ, ପମା ଶ୍ରୀଚନ୍ଦନ, ଭାସ୍କର ବାହିନୀପତି, ବାବୁଲି ରାଉତରାୟ, ମଂଟୁ ସ୍ୱାଇଁ ଦିବାକର ବେହେରା ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories