www.samajalive.in
Sunday, December 7, 2025
18.1 C
Bhubaneswar

ଆଗେଇବ ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ

ଭୁବନେଶ୍ବର : ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ କାମ ଅଧିକ ତ୍ବରାନ୍ବିତ ହେବ। ଏଥିପାଇଁ ଦଶପଲ୍ଲା ଏବଂ ପୁରୁଣାକଟକ ମଧ୍ୟରେ ଥିବା ୬୮ କିଲୋମିଟର ରେଳ ଲାଇନ ଜମିକୁ ଜଙ୍ଗଲ ଅନୁମୋଦନ ମିଳିଛି । ଏହି ପ୍ରକଳ୍ପ ବଲାଙ୍ଗୀର, ସୁବର୍ଣ୍ଣପୁର, ଫୁଲବାଣୀ, ବୌଦ୍ଧ, ନୟାଗଡ଼ ଏବଂ ଖୋର୍ଦ୍ଧା ଜିଲାକୁ ସଂଯୋଗ କରିବ। ପଶ୍ଚିମ ଏବଂ ଉପକୂଳ ଓଡିଶା ମଧ୍ୟରେ ଆଉ ଏକ ରେଳ ସଂଯୋଗ ସ୍ଥାପନ କରିବ।
୧୯୯୪-୯୫ରେ ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପକୁ ମଞ୍ଜୁରି ମିଳିଥିଲା। ଜଙ୍ଗଲ ମଞ୍ଜୁରି ସହିତ ଅନେକ ସମସ୍ୟା ପାଇଁ ଏହା ବିଳମ୍ବିତ ହୋଇ ଆସୁଛି। ୨୦୧୪-୧୫ରୁ ଏହି ପ୍ରକଳ୍ପକୁ ତ୍ୱରାନ୍ୱିତ କରାଯାଇଛି। ଅଦ୍ୟାବଧି, ୩୦୧କିମି ମଧ୍ୟରୁ ୧୧୫ କିଲୋମିଟର (ଖୋର୍ଦ୍ଧା ରୋଡରୁ ନୂଆଗାଁ ପର୍ଯ୍ୟନ୍ତ ୯୦ କିଲୋମିଟର) ଏବଂ ବଲାଙ୍ଗୀରରୁ ଝରତରଭା ପର୍ଯ୍ୟନ୍ତ ୨୫ କିଲୋମିଟର) ରେଳ ଲାଇନ କାର୍ଯ୍ୟକ୍ଷମ ହୋଇଛି। ଖୋର୍ଦ୍ଧା ରୋଡ଼ ପାର୍ଶ୍ୱରୁ ନୂଆଗାଁରୁ ଦଶପଲ୍ଲା ଏବଂ ବଲାଙ୍ଗୀର ପାର୍ଶ୍ୱରୁ ଝରତରଭାରୁ ଖମ୍ବେଶ୍ୱରପାଲ୍ଲୀ ପର୍ଯ୍ୟନ୍ତ ନିର୍ମାଣ କାର୍ଯ୍ୟ ଚଳିତ ଆର୍ଥିକ ବର୍ଷ ସୁଦ୍ଧା କାର୍ଯ୍ୟକ୍ଷମ କରିବାକୁ ଲକ୍ଷ୍ୟ ରଖାଯାଇଛି। ଆବଶ୍ୟକ ଜମି ଏବଂ ଜଙ୍ଗଲ ମଞ୍ଜୁର ହସ୍ତାନ୍ତର କରିବାରେ ବିଳମ୍ବ ହେତୁ ପ୍ରକଳ୍ପ ଆଗେଇ ପାରୁ ନ ଥିଲା। ଜଙ୍ଗଲ ମଞ୍ଜୁର ଏବଂ କାର୍ଯ୍ୟ ଅନୁମତି ଦଶପଲ୍ଲା ଏବଂ ପୁରୁଣାକଟକ (୧୧୨କିମି- ୧୮୦କିମି) ମଧ୍ୟରେ ୧୪୬୯ ଏକର ଜଙ୍ଗଲ ଜମି ପାଇଁ ବିଚାରାଧୀନ ଥିଲା।
ମାର୍ଚ୍ଚ ୨୦୨୩ ସୁଦ୍ଧା ନୂଆଗାଁ ଏବଂ ଦଶପଲ୍ଲା ମଧ୍ୟରେ ୧୫.୫ କିଲୋମିଟର ଦୈର୍ଘ୍ୟ ରେଳ ସେକ୍ସନ ମଧ୍ୟରେ ୫୭ଟି ମାଇନର୍ ଏବଂ ୩ଟି ମେଜର ବ୍ରିଜ୍ ସହିତ ୧୫ ରୋଡ ଅଣ୍ଡର ବ୍ରିଜ ଏବଂ ୪ଟି ରୋଡ ଓଭର ବ୍ରିଜ ସହିତ ନିର୍ମାଣ କରିବାକୁ ଲକ୍ଷ୍ୟ ରଖାଯାଇଛି। ସେହିପରି ଝରତରଭା-ଖମ୍ବେଶ୍ୱରପାଲ୍ଲୀ-ସୁବର୍ଣ୍ଣପୁର ୨୧.୭୦କିମି ଦୈର୍ଘ୍ୟ ରେଳ ସେକ୍ସନ ସମାପ୍ତ ହେବାକୁ ଲକ୍ଷ୍ୟ ରଖାଯାଇଛି। ଏହି ପ୍ରକଳ୍ପ ପାଇଁ ୧୧୨-୧୮୦ କିଲୋମିଟର ମଧ୍ୟରେ ୯୭.୫୯ ଏକର ଘରୋଇ ଜମି, ୨୬୨.୭୫ଏକର ସରକାରୀ ଜମି ଉପଲବ୍ଧ। ଜଙ୍ଗଲ ଅନୁମୋଦନ ସଠିକ ସମୟରେ ମିଳିଥିଲେ ଡିସେମ୍ବର ୨୦୨୫ ମଧ୍ୟରେ ପ୍ରକଳ୍ପ ସମ୍ପୂର୍ଣ୍ଣ କରାଯିବାକୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଥିଲା। କିନ୍ତୁ ୨୦୨୫ ମଧ୍ୟରେ ଏହି ପ୍ରକଳ୍ପ ସମ୍ପୂର୍ଣ୍ଣ ହେବା ଆଶା କ୍ଷୀଣ। ଖୋର୍ଦ୍ଧା ରୋଡ଼-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପରେ ଜଙ୍ଗଲ ଅନୁମୋଦନ ପ୍ରସଙ୍ଗ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ହସ୍ତକ୍ଷେପ ଏବଂ ପରିବେଶ ଓ ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଭୂପେନ୍ଦର ଯାଦବଙ୍କ ଯୋଗୁଁ ସମ୍ଭବ ହୋଇପାରିଛି। ଏହି ରେଳ ପ୍ରକଳ୍ପ ନିର୍ମାଣ ସମୟରେ ଉପୁଜୁଥିବା ଜମି ଅଧିଗ୍ରହଣ ଏବଂ ଅନ୍ୟାନ୍ୟ ପ୍ରସଙ୍ଗ ଗୁଡ଼ିକୁ ଶୀଘ୍ର ସମାଧାନ ପାଇଁ ତୃଣମୂଳ ସ୍ତରରେ ବିଭିନ୍ନ ସରକାରୀ ଓ ଅନ୍ୟାନ୍ୟ ସଂସ୍ଥାଗୁଡ଼ିକ ସହିତ ସମନ୍ୱୟ ରକ୍ଷାକରି କାର୍ଯ୍ୟ କରିବାକୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ରେଳ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି।

Hot this week

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

Related Articles

Popular Categories