www.samajalive.in
Monday, December 15, 2025
14.1 C
Bhubaneswar

ନେପାଳୀ ଛାତ୍ରୀ ମୃତ୍ୟୁ ମାମଲା: କିଟ୍ ପକ୍ଷଭୁକ୍ତ

ଭୁବନେଶ୍ଵର : କିଟ୍ ବିଶ୍ଵବିଦ୍ୟାଳୟ ପାଇଁ ପୁଣି ବଢିଲା ଅଡୁଆ। ନେପାଳୀ ଛାତ୍ରୀ ମୃତ୍ୟୁ ମାମଲାରେ କିଟ୍ ପକ୍ଷଭୁକ୍ତ ହୋଇଛି। ହାଇକୋର୍ଟ ଏହି ମାମଲାରେ ନୋଟିସ୍‌ ଜାରି କରିଛନ୍ତି। ଗତ ଫେବୃଆରୀ ମାସ ୧୬ ତାରିଖରେ ହୋଇଥିବା ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣାରେ ଜବାବ ତଲବ କରିଛନ୍ତି।

ଗତକାଲି କିଟ୍‌ ବିଶ୍ଵବିଦ୍ୟାଳୟର ଜଣେ ଛାତ୍ର ଆତ୍ମହତ୍ୟା କରିବା ଘଟଣାକୁ ନେଇ ବିବାଦ ଉପୁଜିବା ପରେ କିଟ୍ କର୍ତ୍ତୃପକ୍ଷ ସ୍ପଷ୍ଟୀକରଣ ରଖିଥିଲେ। କିଟ୍‌ ପକ୍ଷରୁ କୁହାଯାଇଥିଲା ଯେ, କିଟ୍ ବିଶ୍ୱବିଦ୍ୟାଳୟର ଜଣେ ଛାତ୍ର ଆତ୍ମହତ୍ୟା କରିବା ଘଟଣା ଅତ୍ୟନ୍ତ ଦୁଃଖ ଓ ଦୁର୍ଭାଗ୍ୟର ବିଷୟ । ଓଡ଼ିଶା ଏବଂ ଓଡ଼ିଶା ବାହାର ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସମ୍ପ୍ରତି ଆତ୍ମହତ୍ୟା ପ୍ରବଣତା ବୃଦ୍ଧି ପାଉଥିବା ଅତ୍ୟନ୍ତ ଚିନ୍ତା ଜନକ ପ୍ରସଙ୍ଗ।

- Advertisement -

ଦେଶର ଏଭଳି ସମସ୍ୟାକୁ କିଭଳି ସମାଧାନ କରାଯିବ ସେ ବିଷୟରେ ଆମେ ସମସ୍ତେ ଗୁରୁତ୍ବ ଦେବା ଉଚିତ। କାରଣ ଏହା ବର୍ତ୍ତମାନ ସମୟର ଏକ ବଡ଼ ଆହ୍ବାନ। ଘଟଣା ଜଣାପଡ଼ିବା ପରେ ଏ ସମ୍ପର୍କରେ କିଟ୍ କର୍ତ୍ତୃପକ୍ଷ ତୁରନ୍ତ ପୁଲିସକୁ ସୂଚନା ଦେଇଥିଲେ। ପୁଲିସ ଏବେ ଘଟଣାର ତଦନ୍ତ କରୁଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories