www.samajalive.in
Monday, December 15, 2025
16.1 C
Bhubaneswar

କିଷାନ କଂଗ୍ରେସର ପିପିଲି ବ୍ଳକ ସଭାପତି ହେଲେ ପ୍ରଶାନ୍ତ ଜେନା

ପିପିଲି : ପିପିଲି ବ୍ଲକ ହାଟସାହି ପଞ୍ଚାୟତ ଅନ୍ତର୍ଗତ ବନ୍ଧପଡା ଗ୍ରାମର ଅଗ୍ରଣୀ ସଫଳ ଚାଷୀ ତଥା କଂଗ୍ରେସ ଦଳର ଜଣେ ସୁସଂଗଠକ ପ୍ରଶାନ୍ତ କୁମାର ଜେନାଙ୍କୁ ପିପିଲି ବ୍ଲକ କିଷାନ କଂଗ୍ରେସର ନୂତନ ସଭାପତି ଭାବେ ନିଯୁକ୍ତି କରାଯାଇଛି ବୋଲି ଜିଲା କିଷାନ କଂଗ୍ରେସ ସଭାପତି ଭଗବାନ ଜେନା ଏକ ପ୍ରେସ୍‌‌ ଇସ୍ତାହାରରେ ଜଣାଇଛନ୍ତି । ଆଗାମୀ ଦିନରେ ଓଡିଶା ପ୍ରଦେଶ କିଷାନ କଂଗ୍ରେସର ଅଧ୍ୟକ୍ଷ ସଭାପତି ଅମୀୟ କୁମାର ପଟ୍ଟନାୟକଙ୍କ ନେତୃତ୍ୱରେ ପିପିଲି ଅଞ୍ଚଳର କୃଷି ଓ କୃଷକ ମାନଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ବ୍ୟାପକ କାର୍ଯ୍ୟକ୍ରମ ଗ୍ରହଣ କରାଯିବାକୁ ସ୍ଥିର କରାଯାଇଛି । ଶ୍ରୀ ଜେନା ନିଯୁକ୍ତି ପାଇବା ପରେ ଓଡିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ, ପିସିସି କିଷାନ କଂଗ୍ରେସ ଅଧ୍ୟକ୍ଷ ଅମୀୟ କୁମାର ପଟ୍ଟନାୟକ, ରାଜ୍ୟ କଂଗ୍ରେସ ମୁଖପାତ୍ର ନିଶିକାନ୍ତ ମିଶ୍ରଙ୍କୁ କୃତଜ୍ଞତା ଜଣାଇଛନ୍ତି ।

Hot this week

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

ଆଜିର ରାଶିଫଳ ; ସରକାରଙ୍କ ପ୍ରିୟପାତ୍ର ହୋଇପାରନ୍ତି ଆପଣ

ମେଷ : ଇନ୍ଦ୍ରୀୟ ଲାଳସା ନିର୍ବାପିତ କରିବାରେ ସିଦ୍ଧହସ୍ତ ହୋଇପାରନ୍ତି। ଧର୍ମଧ୍ବଜାଧାରୀ...

ଦିଲ୍ଲୀ ବାୟୁମଣ୍ଡଳ ସ୍ଥିତି ଉଦ୍‌ବେଗଜନକ: ଏକାଧିକ ସ୍ଥାନରେ ଏକ୍ୟୁଆଇ ୫୦୦ ଛୁଇଁଲା

ନୂଆଦିଲ୍ଲୀ: ବିଗତ କିଛି ଦିନ ଧରି ଦିଲ୍ଲୀ ସମେତ ସମଗ୍ର ଏନ୍‌ସିଆରରେ...

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

Related Articles

Popular Categories