www.samajalive.in
Monday, December 15, 2025
24.1 C
Bhubaneswar

ସୁରକ୍ଷା ବାହିନୀଙ୍କ ଗୁଳିରେ ଟଳିଲେ ୨ ଆତଙ୍କୀ

କିସ୍ତଓ୍ବାର:​‌ ଜମ୍ମୁ-କାଶ୍ମୀରର କିସ୍ତୱାରରେ ଗୁରୁବାର ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ସୁରକ୍ଷା ବାହିନୀଙ୍କ ଗୁଳିରେ ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ସୁରକ୍ଷା ବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ସକାଳୁ ହିଁ ଏହି ଅଞ୍ଚଳରେ ଗୁଳି ବିନିମୟ ଜାରି ରହିଛି। ସୂତ୍ରରୁ ପ୍ରକାଶ ଯେ, ଏହି ଅଞ୍ଚଳରେ ୪ ଜଣ ଆତଙ୍କବାଦୀ ଲୁଚି ରହିଥିବା ନେଇ ସେନାକୁ ସୂଚନା ମିଳିଥିଲା। ଖବର ପାଇ ସମ୍ପୂର୍ଣ୍ଣ ଅଞ୍ଚଳକୁ ଘେରାଉ କରିଥିଲେ ସୁରକ୍ଷା ବାହିନୀ। ତଲାସୀ ଅଭିଯାନ ସମୟରେ ଆତଙ୍କବାଦୀମାନେ ସେନା ଉପରକୁ ଗୁଳି ଚଳାଇଥିଲେ। ଏହାର ଜବାବରେ ସେନା ଦୁଇ ଆତଙ୍କୀଙ୍କୁ ନିପାତ କରିଛି। ଉଭୟ ପକ୍ଷରୁ ଗୁଳି ବିନିମୟ ଜାରି ରହିଛି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories