www.samajalive.in
Saturday, December 6, 2025
26.1 C
Bhubaneswar

କିଟ୍‌ ନେପାଳୀ ଛାତ୍ରୀ ମୃତ୍ୟୁ ମାମଲା; ୧୬-୧୭ ରାତିରେ କ’ଣ ଘଟିଛି ରିପୋର୍ଟ ମାଗିଲା ୟୁଜିସି

ଭୁବନେଶ୍ୱର : କିଟ୍‌ କ୍ୟାମ୍ପସରେ ନେପାଳୀ ଛାତ୍ରୀ ମୃତ୍ୟୁ ମାମଲାକୁ ଗୁରୁତ୍ୱ ସହ ନେଲା ୟୁଜିସି । କିଟ୍‌ ବିଶ୍ୱବିଦ୍ୟାଳୟକୁ ଏନେଇ ରିପୋର୍ଟ ମାଗିଛି ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ-ୟୁଜିସି । ଛାତ୍ରୀଙ୍କ ମୃତ୍ୟୁ ଓ ପରବର୍ତ୍ତୀ ଘଟଣା କେମିତି ଘଟିଲା ସେନେଇ ରିପୋର୍ଟ ମଗାଯାଇଛି । ୧୬-୧୭ ରାତିରେ କିଟ୍‌ରେ ଘଟିଥିବା ଘଟଣାକୁ ନେଇ ରିପୋର୍ଟ ତଲବ କରିଛି । ଏନେଇ ଜାତୀୟ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶିତ ହୋଇଛି ।

ସୂଚନାଯୋଗ୍ୟ, କିଟ୍‌ ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ଶୀଘ୍ର ତଦନ୍ତ ସାରି ନ୍ୟାୟ ଦେବାକୁ ନେପାଳ ମାନବାଧିକାର କମିଶନ ଚିଠି ଲେଖିଛନ୍ତି। ଭାରତୀୟ ମାନବାଧିକାର କମିଶନଙ୍କୁ ଚିଠି ଲେଖି ନ୍ୟାୟ ଦାବି କରିଛନ୍ତି। ଚିଠିରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଦୁର୍ବ୍ୟବହାର ନେଇ ମଧ୍ୟ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଛାତ୍ରଛାତ୍ରୀଙ୍କ ସୁରକ୍ଷା ସହ ଭୟମୁକ୍ତ ବାତାବରଣ ସୁନିଶ୍ଚିତ କରିବା ପାଇଁ ଦାବି କରିଛନ୍ତି।

- Advertisement -

ବିଟେକ୍ ତୃତୀୟ ବର୍ଷର ସଂପୃକ୍ତ ଛାତ୍ରୀ ଜଣକ ନିଜର ପୁରୁଷ ବନ୍ଧୁଙ୍କ ନାଁରେ ପୂର୍ବରୁ ଚାରି ଚାରି ଥର ବିଶ୍ବବିଦ୍ୟାଳୟରେ ଥିବା ଇଣ୍ଟରନ୍ୟାସନାଲ୍ ରିଲେସନ୍ ଅଫିସରେ ଅଭିଯୋଗ କରିଥିଲେ। ଅପରପକ୍ଷେ ଛାତ୍ରୀ ଜଣକ ପ୍ରେମ ବ୍ୟାପାରରୁ ଆତ୍ମହତ୍ୟା କରିଥିବା ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ କହିଥିବାବେଳେ ପୁଲିସ ସଂପୃକ୍ତ ପୁରୁଷ ବନ୍ଧୁଙ୍କୁ ଗିରଫ କରି ତଦନ୍ତ ଜାରି ରଖିଛି।

ମାର୍ଚ୍ଚରେ ଦୁର୍ଲ୍ଲଭ ରାଜଯୋଗ: ଏହି ରାଶିଙ୍କ ହଠାତ୍‌ ବଦଳିଯିବ ଭାଗ୍ୟ, ଆପେ ଆପେ ଆସିବ ଧନ, ରହିବନି ଚିନ୍ତା..

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories