www.samajalive.in
Sunday, December 14, 2025
14.1 C
Bhubaneswar

ପ୍ରଥମ ଦିନିକିଆ : ଅଷ୍ଟ୍ରେଲିଆକୁ ୫ ୱିକେଟରେ ହରାଇଲା ଭାରତ

ମୁମ୍ବାଇ: ପ୍ରଥମ ଦିନିକିଆରେ ଅଷ୍ଟ୍ରେଲିଆକୁ ୫ ୱିକେଟରେ ହରାଇ ଭାରତର ଲଢ଼ୁଆ ବିଜୟ ହାସଲ କରିଛି। ପ୍ରାରମ୍ଭିକ ବିପର୍ଯ୍ୟୟ ସତ୍ତ୍ବେ ରାହୁଲ ଓ ଜାଡେଜା ଭାରତକୁ ଜିତାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆରେ ଆଜି ରାହୁଲ ଧୁଆଁଧାର ୭୫ ରନ କରିଥିବାବେଳେ ଜାଡେଜା ୪୫, ପାଣ୍ଡ୍ୟା ୨୫ ଓ ଗିଲ ୨୦ ରନ କରିଛନ୍ତି।
ମୁମ୍ବାଇର ୱାଙ୍ଖଡ଼େ ଷ୍ଟାଡିୟମଠାରେ ଚାଲିଥିବା ପ୍ରଥମ ଦିନିକିଆରେ ଅଷ୍ଟ୍ରେଲିଆକୁ ୫ ୱିକେଟରେ ଭାରତ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ସିରଜରେ ୧-୦ରେ ଆଗୁଆ ହୋଇଛି।

ଅଷ୍ଟ୍ରେଲିଆ ପକ୍ଷରୁ ଭାରତ ଆଗରେ ୧୮୯ ରନର ବିଜୟ ଲକ୍ଷ୍ୟ ରଖାଯାଇଥିବାବେଳେ ଭାରତ ତାହାକୁ ୩୯.୫ ତମ ଓଭରରେ ହାସଲ କରିନେଇଥିଲା। ଆରମ୍ଭରୁ ଭାରତ ନିୟମିତ ବ୍ୟବଧାନରେ ୱିକେଟ ପତନ ହୋଇଥିବାବେଳେ ଲୋକେଶ ରାହୁଲଙ୍କ ଲଢୁଆ ୭୫ ରନ ତଥା ରବୀନ୍ଦ୍ର ଜାଦେଜାଙ୍କ ୪୫ ରନ ବଳରେ ଭାରତ ବିଜୟ ଲକ୍ଷ୍ୟ ହାସଲ କରିନେଇଥିଲା।

- Advertisement -

ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରୁଥିବା ଅଷ୍ଟ୍ରେଲିଆ ଆରମ୍ଭରୁ ଟ୍ରାଭିସ ହେଡଙ୍କୁ ହରାଇ ଝଟକା ପାଇଥିଲା। ଭ୍ରମଣକାରୀ ଦଳ ଅଷ୍ଟ୍ରେଲିଆ ଆରମ୍ଭରୁ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିବାବେଳେ ମିଚେଲ ମାର୍ସ ଓ ଷ୍ଟିଭେନ ସ୍ମିଥ ଲଢୁଆ ବ୍ୟାଟିଂ କରି ଦଳୀୟ ସ୍କୋରକୁ ଆଗେଇ ନେଇଥିଲେ । ମାର୍ସ ୮୧ ରନ କରି ରବୀନ୍ଦ୍ର ଜାଦେଜାଙ୍କ ବଲରେ ଆଉଟ ହୋଇଥିବାବେଳେ ସ୍ମିଥ ୨୨ରନ କରିଥିଲେ। ଦଳର ମଧ୍ୟକ୍ରମ ବ୍ୟାଟ୍ସମାନେ ସଂପୂର୍ଣ୍ଣ ବିଫଳ ହୋଇଥିଲେ। କେବଳ ଇଙ୍ଗଲିସ୍ ୨୬ ରନ କରିଥିବାବେଳେ ଲାବୁସଚେନ ୧୫ରନ କରିଥିଲେ । ଗ୍ଲେନ ମାକ୍ସଓ୍ବେଲ ମାତ୍ର ୮ ରନ କରି ଆଉଟ ହୋଇଥିଲେ ।

ଭାରତ ପକ୍ଷରୁ ମହମ୍ମଦ ସମ୍ମି ଓ ମହମ୍ମଦ ସିରାଜ ୩ଟି ଲେଖାଏଁ ୱିକେଟ ନେଇଥିଲେ । ରବୀନ୍ଦ୍ର ଜାଦେଜା ୨ଟି ୱିକେଟ୍ ନେଇଥିବାବେଳେ କୁଳଦୀପ ଯାଦବ ଓ ହାର୍ଦ୍ଦିକ ପାଣ୍ଡ୍ୟା ଗୋଟିଏ ଲେଖାଏଁ ଓ୍ବିକେଟ ନେଇଥିଲେ

Hot this week

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ବଙ୍ଗଳା ନେବା ଅଭିଯୋଗ ଉଠାଇଲା ବିଜେଡି

ଭୁବନେଶ୍ବର : ସ୍ବତନ୍ତ୍ର ଓଡ଼ିଶା ଗଠନ ହେବା ପରଠାରୁ ମୋହନ ଚରଣ...

ନବମ ଶ୍ରେଣୀ ଛାତ୍ର ଠାରୁ ବନ୍ଧୁକ ଜବତ

ଗରଦପୁର : କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ କୋରୁଆ ସରକାରୀ ଉଚ୍ଚ...

୨୦୨୬ରେ ଏହି ରାଶିଙ୍କ ଚମକିବ ଭାଗ୍ୟ: ଯାହାବି କରିବେ ସଫଳ ହେବେ, ପ୍ରଚୁର ଧନ ବର୍ଷା ହେବ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ସ୍ଥିତି ଏବଂ ଗତି ବ୍ୟକ୍ତିବିଶେଷଙ୍କ ଜୀବନକୁ...

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

Related Articles

Popular Categories