www.samajalive.in
Friday, December 5, 2025
23.1 C
Bhubaneswar

କେନ୍ଦ୍ରାପଡା ଓ ଜଗତସିଂହପୁରରେ ବାଂଲାଦେଶୀ ଯାଞ୍ଚ

ଜଗତସିଂହପୁର: ଜଗତସିଂହପୁର ଥାନା ଅଧୀନ ତରିକୁନ୍ଦ ଫାଣ୍ଡି ପଛପଟେ ଥିବା ବେହରାମପୁର ବସ୍ତିରେ ପୁଲିସ ରବିବାର ରାତିରେ ବାଂଲାଦେଶୀ ରହୁଥିବା ଖବର ପାଇ ଚଢଉ କରିଥିଲା। ସନ୍ଦିଗ୍ଧ ବାଂଲାଦେଶୀଙ୍କ କାରନାମା ସାମ୍ନାକୁ ଆସିବା ପରେ କେନ୍ଦ୍ରାପଡ଼ା ଜିଲ୍ଲାରେ ମଧ୍ୟ ବାଂଲାଦେଶୀଙ୍କୁ ଧରିବା ଲାଗି ଯାଞ୍ଚ କରାଯାଉଛି। ବିଭିନ୍ନ ସ୍ଥାନରେ ବ୍ଲକିଂ କରି ଯାତ୍ରୀବାହୀ ବସ୍ ଓ ଅନ୍ୟ ଯାନବାହାନ ଗୁଡିକୁ ପୁଲିସ ଯାଞ୍ଚ କରୁଛି। ଦୁହୁରିଆ, ଗରାପୁର, ରାଜକନିକା, ପଟ୍ଟାମୁଣ୍ଡାଇ, ରାଜନଗର ଓ ମହାକାଳପଡା ଆଦି ଅଞ୍ଚଳରେ ଯାଞ୍ଚ କରାଯାଉଛି।
ସେପଟେ ଜଗତସିଂହପୁର ବେହରାମପୁର ବସ୍ତିରେ ବାଂଲାଦେଶୀ ରହୁଥିବା ସୂଚନା ପାଇବା ପରେ ପ୍ରଶାସନ ପକ୍ଷରୁ ଉକ୍ତ ଅଞ୍ଚରେ ରେଡ୍ କରାଯାଇଛି। ସଦର ଥାନା ପୁଲିସ୍‌ ଉପସ୍ଥିତିରେ ଚଢାଉ କରାଯାଇ ୨୦ରୁ ଅଧିକ ବ୍ୟକ୍ତିଙ୍କୁ ଉଠାଇ ସେଲ୍ଟର ହୋମ୍ କୁ ଅଣାଯାଇଛି। ଏପରିକି ବେହରାମପୁର ବସ୍ତିରେ ବାଂଲାଦେଶୀଙ୍କ ଘର ଭଙ୍ଗାଯିବା ପରେ ତତ୍ପରତା ପ୍ରକାଶ ପାଇଛି। ବାଂଲାଦେଶୀଙ୍କ ଘରୁ ବିପୁଳ ମାରଣାସ୍ତ୍ର ଜବତ ପରେ କାର୍ଯ୍ୟାନୁଷ୍ଠାନ ହୋଇଛି।

ସୂଚନା ମୂତାବକ ରବିବାର ରାତିରେ ଜଗତସିଂହପୁର ଥାନା ଅଧୀନ ତରିକୁନ୍ଦ ଫାଣ୍ଡି ପଛପଟେ ଥିବା ବେହରାମପୁର ବସ୍ତିରେ ବାଂଲାଦେଶୀ ରହୁଥିବା ଖବର ପାଇ ଚଢଉ କରିଥିଲା। ଚଢଉ ସମୟରେ ବସ୍ତି ଲୋକ ଓ ପୁଲିସ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା, ଯେଉଁଥିରେ ୩ ଜଣ ପୁଲିସ କର୍ମଚାରୀ ଆହତ ହୋଇଥିଲେ। ପରେ ୩ ପ୍ଲାଟୁନ ଫୋର୍ସ ମଗାଇ ପୁଲିସ ଚଢଉ କରି ୨ ଜଣଙ୍କୁ ଧରିଥିବା ବେଳେ ପ୍ରାୟ ୧୦/୧୨ ଜଣ ଖସି ପଳାଇଛନ୍ତି। ବାଂଲାଦେଶୀ ସନ୍ଦେହରେ ସେମାନଙ୍କୁ ଜଗତସିଂହପୁର ଥାନାରେ ଅଟକ ରଖି ପଚରାଉଚରା କରାଯାଉଛି। ତେବେ ସେମାନେ ରହୁଥିବା ଘରୁ ଗୋଟିଏ ବନ୍ଧୁକ ସହ ୧୦ରୁ ୧୨ଟି ଖଣ୍ଡା, କଟୁରି ଓ ଶାବଳ ଆଦି ଜବତ ହୋଇଛି।

Hot this week

ଓଡ଼ିଶାରେ ଏଫସିଆଇ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ୧ଶହ କୋଟି ଲୁଟ୍‌

ନୂଆଦିଲ୍ଲୀ: ଓଡ଼ିଶାରେ ଭାରତୀୟ ଖାଦ୍ୟ ନିଗମ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ପ୍ରାୟ...

ବିଷାକ୍ତ ଗ୍ୟାସ ଲିକ୍ : ଦୁଇ ମୃତ ,ଦଶହଜାର ପ୍ରଭାବିତ

ସମାଜ ଲାଇଭ ଡ଼େସ୍କ : ଝାଡ଼ଖଣ୍ଡର ଧନବାଦରେ ଏକ ଗ୍ୟାସ ଲିକ୍...

‘ମୁଁ ଯୁଦ୍ଧ ବନ୍ଦ କରିବି’-ପୁଣି ଏମିତି ଦୃଢୋକ୍ତି ବାଢିଲେ ଟ୍ରମ୍ପ

ସମାଜ ଡିଜିଟାଲ ଡେସ୍କ: ଦୀର୍ଘ ୩ ବର୍ଷ ହେବ ରୁଷ-ୟୁକ୍ରେନ ଯୁଦ୍ଧ...

ଚିନ୍ତାକଳ୍ପ : ମାନସିକ ଦୁର୍ବଳତା

ସାମର୍ଥ୍ୟ (ବଳ)ର ଅଭାବକୁ ଦୁର୍ବଳ, ଶକ୍ତିହୀନ ବୋଲି ସାଧାରଣତଃ କୁହାଯାଇଥାଏ। ସୀମିତ...

‘ଆଇନ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣାଧୀନ’- ଅପରାଧୀଙ୍କୁ ଦିଆଯାଇନି ରାଜନୈତିକ ସଂରକ୍ଷଣ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପୂର୍ବ ସରକାରଙ୍କ ଅମଳରେ ଅପରାଧରେ ସମ୍ପୃକ୍ତ ରାଜନୈତିକ ବ୍ୟକ୍ତିଙ୍କୁ ସୁରକ୍ଷା...

Related Articles

Popular Categories