www.samajalive.in
Monday, December 8, 2025
14.1 C
Bhubaneswar

ଭୟଙ୍କର ଦୁର୍ଘଟଣା: ବସ୍‍-ଟ୍ରକ୍‍ ଧକ୍କାରେ ୬ମୃତ

ବଣାଇ: ଯାତ୍ରୀବାହି ବସକୁ ଟ୍ରକ ଦେବାରୁ ଭୟଙ୍କର ଦୁର୍ଘଟଣା ଘଟିଛି । ଏଥରେ ମୃତ୍ୟୁ ସଂଖ୍ୟା ୬ରେ ପହଞ୍ଚିଛି । ୧୨ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି । ଆହତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ସୁନ୍ଦରଗଡ ଜିଲା କେ.ବଲାଙ୍ଗା ଏନ୍‍ଏଚ୍‍ ୫୨୦ ରାସ୍ତାରେ । ରାସ୍ତା ଜାମ୍‍ ଯୋଗୁ ବସଟି ରଙ୍ଗ ରୁଟ୍‍ ରେ ଆସୁଥିବା ବେଳେ ଦୁର୍ଘଟଣାର ଶିକାର ହୋଇଥିଲା । ବସ୍‍ରେ ପାଖାପାଖି ୪୦ଜଣ ଯାତ୍ରୀ ଥିବା ନେଇ ସୂଚନା ମିଳିଛି ।

ପୁଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି । ତେବେ ବସଟି ରାଉରକେଲାରୁ ଆସୁଥିବା ବେଳେ ଦୁର୍ଘଟଣାର ଶିକାର ହୋଇଛି । ବସରେ କେତେ ଯାତ୍ରୀ ଥିଲେ ତାହା ଅସ୍ପଷ୍ଟ ରହିଛି । ମୃତକଙ୍କ ମଧ୍ୟରେ ୪ଜଣ ମହିଳା ଥିବା ବେଳେ ଗୁରୁତରଙ୍କ ମଧ୍ୟରେ ୩ଜଣ ଶିଶୁ ରହିଛନ୍ତି । ସମସ୍ତ ଗୁରୁତରଙ୍କୁ ରାଉରକେଲା ସରକାରୀ ମେଡିକାଲରେ ଭର୍ତ୍ତି କରାଯାଇଛି ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories