www.samajalive.in
Wednesday, November 12, 2025
19.1 C
Bhubaneswar

କୋଲକାତା କୋଠା ଭୁଶୁଡିବା ଘଟଣା: ବିସ୍ଥାପିତଙ୍କୁ ଥଇଥାନ କର – ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଡେସ୍କ: ପଶ୍ଚିମବଙ୍ଗର ଗାର୍ଡେନ୍ ରିଚ୍ ଅଞ୍ଚଳରେ ଏକ ଅନଧିକୃତ ପାଞ୍ଚ ମହଲା କୋଠା ଭୁଶୁଡ଼ି ପଡ଼ିବାରୁ ବିସ୍ଥାପିତ ହୋଇଥିବା ଲୋକଙ୍କୁ ଥଇଥାନ କରିବାକୁ କଲିକତା ହାଇକୋର୍ଟ ଗୁରୁବାର ପଶ୍ଚିମବଙ୍ଗ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କୋଠା ଭୁଶୁଡ଼ିବା ଘଟଣାରେ ଅତି କମରେ ୧୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଥିବା ସମ୍ପର୍କିତ ଜନସ୍ୱାର୍ଥ ମାମଲାର ପରବର୍ତ୍ତୀ ଶୁଣାଣି ଏପ୍ରିଲ ୪ ତାରିଖରେ ହେବ ବୋଲି କୋର୍ଟ କହିଛନ୍ତି।

କେନ୍ଦ୍ରକୁ ଝଟକା – ପିଆଇବି ଫ୍ୟାକ୍ଟ ଚେକ୍ ୟୁନିଟ୍ ପ୍ରତିଷ୍ଠା ବିଜ୍ଞପ୍ତି ଉପରେ ରୋକ୍ ଲଗାଇଲେ ସୁପ୍ରିମକୋର୍ଟ

- Advertisement -

ମୁଖ୍ୟ ବିଚାରପତି ଟିଏସ୍ ଶିବଜ୍ଞାନମଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଗାର୍ଡେନରିଚ୍ ଠାରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିବାରୁ ବିସ୍ଥାପିତ ହୋଇଥିବା ଲୋକଙ୍କୁ ଥଇଥାନ କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କ୍ଷତିଗ୍ରସ୍ତ ଲୋକଙ୍କୁ ଆବଶ୍ୟକ ଆଶ୍ରୟ ଯୋଗାଇ ଦେବା ସହ ପର୍ଯ୍ୟାପ୍ତ ରାସନ ସାମଗ୍ରୀ ଯୋଗାଇ ଦେବାକୁ କୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଆଇପିଏଲରେ ନଜର ଆସିବେ ଏହି ବଲିଉଡ ତାରକା, ଉଦଘାଟନୀ ସମାରୋହରେ ଦେଖାଇବେ ଧମାକା

ଜଷ୍ଟିସ୍ ହିରଣମୟ ଭଟ୍ଟାଚାର୍ଯ୍ୟଙ୍କୁ ନେଇ ଗଠିତ ଖଣ୍ଡପୀଠ କୋଠା ଭୁଶୁଡ଼ିବାରେ କ୍ଷତିଗ୍ରସ୍ତ ଲୋକଙ୍କୁ ଥଇଥାନ ପାଇଁ ରାଜ୍ୟ ସରକାର ଗ୍ରହଣ କରିଥିବା ପ୍ରତିକାରମୂଳକ ପଦକ୍ଷେପ ସମ୍ପର୍କରେ ପରବର୍ତ୍ତୀ ଶୁଣାଣି ଦିନ ସତ୍ୟପାଠ ଆକାରରେ ରିପୋର୍ଟ ଦାଖଲ କରିବାକୁ ସଂପୃକ୍ତ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆବେଦନକାରୀଙ୍କ ଓକିଲ ଅଦାଲତଙ୍କୁ ଜଣାଇଥିଲେ ଯେ ଯେଉଁମାନେ ନିର୍ମାଣାଧୀନ କୋଠା ଭୁଶୁଡ଼ି ପଡ଼ିବା କାରଣରୁ ମୃତ୍ୟୁବରଣ କରିଛନ୍ତି ସେମାନେ ଏହାର ଆଖପାଖ ବସ୍ତିର ବାସିନ୍ଦା।

ବଢ଼ିଲା ଗିରଫ ଆଶଙ୍କା – ଅରବିନ୍ଦ କେଜ୍ରିୱାଲଙ୍କୁ ଜାମିନ ଦେବାକୁ ମନା କଲେ ଦିଲ୍ଲୀ ହାଇକୋର୍ଟ

Hot this week

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ସୌମ୍ୟା ସ୍ୱାମୀନାଥନ

ଭୁବନେଶ୍ୱର :  ପ୍ରଖ୍ୟାତ ବୈଜ୍ଞାନିକ ତଥା ଏମ.ଏସ. ସ୍ୱାମୀନାଥନ ଫାଉଣ୍ଡସନର ଅଧ୍ୟକ୍ଷା...

ନଓ୍ବାଦାରେ ମତଦାନ ସମୟରେ ଦୁଇ ଦଳର ସମର୍ଥକ ମୁହାଁମୁହିଁ

ନଓ୍ବାଦା: ବିହାରରେ ମଙ୍ଗଳବାର ଭୋଟିଂ ସମୟରେ ନଓ୍ବାଦା ଜିଲାରେ ବାରିସଲିଗଞ୍ଜ ଅଞ୍ଚଳରେ...

ଏଭଳି ଟଙ୍କାବଣ୍ଟା ନିର୍ବାଚନ ଜୀବନରେ ଦେଖି ନ ଥିଲି: ଶ୍ରୀକାନ୍ତ

ଭୁବନେଶ୍ୱର: ନୂଆପଡା ଉପନିର୍ବାଚନ ପାଇଁ ଭୋଟରଙ୍କୁ ପ୍ରଭାବିତ କରିବା ଲାଗି ବିଜେପି...

ଖଟିଆରେ ଆସି ମତଦାନ କଲେ ୧୧୦ ବର୍ଷୀୟା କାଲିୟା ଦେବୀ

କୈମପୁର : କୈମପୁର ଜିଲାର ମୋହନିୟା ବିଧାନସଭା କ୍ଷେତ୍ରର ଅମରପୁରାରେ ଜଣେ...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତିର ଅନୁସନ୍ଧାନ କରିବ ସିବିଆଇ

ଭୁବନେଶ୍ୱର: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତିର ତଦନ୍ତ କରିବ କେନ୍ଦ୍ରୀୟ ଅନୁସନ୍ଧାନ...

Related Articles

Popular Categories