www.samajalive.in
Tuesday, December 9, 2025
26.1 C
Bhubaneswar

ଆନ୍ଦୋଳନରୁ ଓହରିଲେ କଲକାତା ଡାକ୍ତର

ସମାଜ ଡିଜିଟାଲ ଡେସ୍କ: କଲକାତା ଆର ଜି କର ମେଡିକାଲରେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ବିରୋଧ ପ୍ରଦର୍ଶନ କରୁଥିବା କନିଷ୍ଠ ଡାକ୍ତରମାନେ ଆନ୍ଦୋଳନରୁ ଓହରିଛନ୍ତି। ପ୍ରାୟ ୪୦ ଦିନ ଧରି ଆନ୍ଦୋଳନ ଚଳାଇବା ପରେ ଡାକ୍ତରମାନେ ଶୁକ୍ରବାର ଏଥିରୁ ନିବୃତ୍ତ ରହିବାକୁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ସରକାର ଡାକ୍ତରଙ୍କୁ ସୁରକ୍ଷା ଦିଗରେ ଉପଯୁକ୍ତ ପଦକ୍ଷେପ ନେବେ ବୋଲି ବାରମ୍ବାର ପ୍ରତିଶ୍ରୁତି ଦେବା ପରେ ଡାକ୍ତରମାନେ କାର୍ଯ୍ୟରେ ଯୋଗଦେବାକୁ ସ୍ଥିର କରିଛନ୍ତି। ହେଲେ ଦାବି ପୂରଣ ନ ହେବା ଯାଏ ପ୍ରତିବାଦ ଶେଷ ହେବ ନାହିଁ ବୋଲି ସେମାନେ ଚେତାବନୀ ଦେଇଛନ୍ତି।

ଡାକ୍ତରମାନେ କହିଛନ୍ତି, ସେମାନେ କାର୍ଯ୍ୟରେ ଯୋଗଦେବେ। କିନ୍ତୁ ବହିର୍ବିଭାଗ ଏବଂ ଅପରେସନ ସେବାରେ ସାମିଲ ହେବେ ନାହିଁ। ସେମାନେ ସରକାରଙ୍କ ପଦକ୍ଷେପ ଉପରେ କଡ଼ା ନଜର ରଖିବେ। ଏହା ସହିତ ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ସେମାନେ ସ୍ଵାସ୍ଥ୍ୟ ଭବନରୁ ସିଜିଓ କଂପ୍ଲେକ୍ସ ପର୍ଯ୍ୟନ୍ତ ଏକ ଶୋଭାଯାତ୍ରା କରିବେ ବୋଲି କହିଛନ୍ତି। ସୂଚନାଯୋଗ୍ୟ, ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅନେକ ଥର ଡାକ୍ତରମାନଙ୍କୁ ବୁଝାଇ କାର୍ଯ୍ୟକୁ ଫେରିବା ଲାଗି ଅନୁରୋଧ କରିଥିଲେ ହେଁ ସେମାନେ ଶୁଣି ନ ଥିଲେ।

Hot this week

ଆଉ ୧୮ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା : ଏମ୍‌ଭି-୨୬ରେ ୧୬୩ ଘର କ୍ଷତିଗ୍ରସ୍ତ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ବଢିଲା ଇଣ୍ଟରନେଟ୍ କଟକଣା। ପ୍ରଶାସନ ଆଉ ୧୮...

୫ ବର୍ଷରେ ଗଲାଣି ୫୧୮ ଦାଦନଙ୍କ ଜୀବନ

ସମାଜଲାଇଭ ଡେସ୍କ: ରାଜ୍ୟରେ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟଣା ଦିନକୁ ଦିନ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦ ମ୍ୟାଚ୍ କୁ ନେଇ...

କେଉଁ ଡାଲି ଶରୀର ପାଇଁ ଜରୁରୀ: ରକ୍ତଚାପ, କୋଲେଷ୍ଟ୍ରଲ ଏବଂ ଓଜନ ମଧ୍ୟ ହ୍ରାସ ପାଇଥାଏ

ସମାଜ ଡିଜିଟାଲ ଡେସ୍କ: ଡାଲି ପୁଷ୍ଟିସାରରେ ଭରପୂର ରହିଥାଏ। ଏଥିରେ ପ୍ରଚୁର...

ସରିଲା ଶୀତକାଳୀନ ଅଧିବେଶନ

ଭୁବନେଶ୍ଵର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ଅଧିବେଶନ...

Related Articles

Popular Categories