www.samajalive.in
Thursday, December 11, 2025
15.1 C
Bhubaneswar

କଲକାତା ରେଳ ଭବନରେ ଅଗ୍ନିକାଣ୍ଡ ଘଟଣା : ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି

କଲକାତା : କଲକାତାର ଷ୍ଟାଣ୍ଡ ରୋଡ ସ୍ଥିତ ରେଳ ଭବନରେ ଭୟାବହ ଅଗ୍ନିକାଣ୍ଡ ଘଟଣାରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିରେ ୯ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ସେମାନଙ୍କ ମଧ୍ୟରେ ୪ଜଣ ଅଗ୍ନିଶମ କର୍ମଚାରୀ, ୨ ଜଣ ରେଳ କର୍ମଚାରୀ, ଜଣେ ଆରପିଏଫ ଯବାନ, ଜଣେ ପୁଲିସ କର୍ମଚାରୀ ଏବଂ ଜଣେ ସାଧାରଣ ଲୋକ ଅଛନ୍ତି। ୧୩ ମହଲା କୋଠାର ଓପର ମହଲାରେ ନିଆଁ ଲାଗିଥିଲା। ଅଗ୍ନିଶମ ବାହିନୀର ୧୭ଟି ଇଞ୍ଜିନ ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ହୋଇ ବିଳମ୍ବିତ ରାତିରେ ନିଆଁକୁ ଆୟତ କରିଛନ୍ତି।

କୋଇଲାଘାଟ ବିଲ୍ଡିଂ ଭାବେ ପରିଚିତ ଏହି କୋଠା ହୁଗୁଳି ନଦୀ କୂଳରେ ଅବସ୍ଥିତ। ଏଠାରେ ଇଷ୍ଟର୍ଣ୍ଣ ରେଳବାଇର ଅଫିସ ଚାଲିଥିଲା। ଆଜି ସଂନ୍ଧ୍ୟାରେ ଏହି ନିଆଁ ଲାଗିଥିଲା। ତେବେ ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ହୋଇନାହିଁ। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାତି ପ୍ରାୟ  ୧୦ଟା ୩୦ ମିନିଟରେ ଘଟଣାସ୍ଥଳ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଥିଲେ। ସେ ମୃତକଙ୍କ ନିକଟ ସଂପର୍କୀୟଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ସହାୟତା ଘେଷଣା କରିଛନ୍ତି। ପରେ  ଅଗ୍ନି ସେବା ମନ୍ତ୍ରୀ ସୁଜିତ ବୋଷ ଘଟଣାସ୍ଥଳ ପରିଦର୍ଶନ କରିବା ପରେ ମୃତ ଦେହ ଚିହ୍ନଟ କରାଯାଉଥିବା କହିଥିଲେ। ଘଟରାର ତଦନ୍ତ କରାଯାଉଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories